www.samajalive.in
Saturday, December 6, 2025
14.1 C
Bhubaneswar

କିଟ୍‌ରେ ପୁଣି ଜଣେ ଛାତ୍ରୀ ମୃତ୍ୟୁ ଘଟଣା: ଆଇନମନ୍ତ୍ରୀ କହିଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ

ସମାଜ ଡିଜିଟାଲ ଡେସ୍କ: କିଟ୍‌ରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଘଟଣାର ତଦନ୍ତ ଆରମ୍ଭ ହୋଇଛି, ପୁଲିସ ଯାହା କରିବା କଥା କରୁଛି । ବିଭାଗ ମଧ୍ୟ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ସେପଟେ ଏହି ଘଟଣାରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଏଭଳି ଘଟଣା ଶୁଭଙ୍କର ନୁହେଁ । ଆତ୍ମହତ୍ୟା ଆଡକୁ ଯାଉଛନ୍ତି ଯୁବପୀଢି, ଯାହା କି ଚିନ୍ତାର ବିଷୟ ହୋଇଛି । କିଟ୍ ଘଟଣାକୁ ନେଇ ରାଜ୍ୟ ଅନୁଧ୍ୟାନ କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନା ଅନୁସାରେ କିଟ୍ ବିଶ୍ୱବିଦ୍ୟାଳୟରେ ଗୁରୁବାର ସନ୍ଧ୍ୟାରେ ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ । ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳର ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଘଟଣାର ସତ୍ୟାସତ୍ୟ ଯାଞ୍ଚ ନେଇ ସେ ସୋସିଆଲ ମିଡିଆଲ ଏକ୍ସରେ ପୋଷ୍ଟ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories