www.samajalive.in
Sunday, December 14, 2025
19.1 C
Bhubaneswar

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍

ଫୁଲବାଣୀ: ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଦୋଷୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀକୁ ୨୫ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୭ ମାସ ଜେଲ୍ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ଜଣକ ହେଲେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବଉଳଝୋଲି ଗ୍ରାମର ସମୀର ପାତ୍ର।

ସୂଚନା ଅନୁଯାୟୀ, ଜି.ଉଦୟଗିରି ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ବାପା ଜଣେ ବ୍ୟବସାୟୀ ହୋଇଥିବାବେଳେ ଅଭିଯୁକ୍ତ ସମୀର ତାଙ୍କ ପାଖରେ କାମ କରୁଥିଲେ। ୨୦୧୮ ମସିହାରେ ନାବାଳିକାଙ୍କ ବାପା ନିଖୋଜ ହୋଇ ଯାଇଥିଲେ। ଏହାପରେ ସମୀର ତାଙ୍କ ବ୍ୟବସାୟ ସମ୍ଭାଳୁଥିଲେ। ସେହିବର୍ଷ ମେ’ ମାସ ୧୩ ତାରିଖ ଦିନ ପୀଡ଼ିତାଙ୍କ ମାଆ ଭଞ୍ଜନଗର ଡାକ୍ତରଖାନାକୁ ଚିକିତ୍ସା ପାଇଁ ଯାଇଥିଲେ ଏବଂ ପୀଡ଼ିତା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ନାବାଳିକାଙ୍କୁ ବାପାଙ୍କୁ ଖୋଜିବା ପାଇଁ ଯିବା କହି ଡାକି ନେଇଥିଲେ। ଯିବାବେଳେ ସାଙ୍ଗରେ ଘରେ ଥିବା ୧୮ ହଜାର ଟଙ୍କା ଓ ଅଳଙ୍କାର ନେଇ ଯାଇଥିଲେ। ନାବାଳିକାଙ୍କୁ ନେଇ ଫେରାର ହୋଇଯିବାସହ ତାଙ୍କୁ ବିଭିନ୍ନ ସ୍ଥାନରେ ରଖିଥିଲେ। ଏହି ସମୟ ମଧ୍ୟରେ ସେ ପୀଡିତାଙ୍କୁ ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ନାବାଳିକାଙ୍କ ମାଆ ଘରକୁ ଫେରି ଝିଅକୁ ନ ପାଇବାରୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ। ଏହାପରେ ସେ ୧୬ ତାରିଖରେ ଜି.ଉଦୟଗିରି ଥାନାରେ ଏତଲା ଦେଇଥିଲେ। ପୁଲିସ ୪୧/୧୮ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ପ୍ରାୟ ଦୁଇ ମାସ ପରେ ସେମାନଙ୍କୁ ପୁଲିସ ଉଦ୍ଧାର କରିଥିଲା। ଆଜି ଏହି ମାମଲାର ବିଚାର କରି ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାଶ ୧୧ ଜଣ ସାକ୍ଷୀ ଓ ପୀଡିତାଙ୍କ ବୟାନ ସହିତ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories