www.samajalive.in
Sunday, December 7, 2025
16.1 C
Bhubaneswar

ତାତି ଖସାଇଛି କାଳ ବୈଶାଖୀ: ୬ ପର୍ଯ୍ୟନ୍ତ ରହିବ ପ୍ରଭାବ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ କୁଆପଥର ବର୍ଷା ସହିତ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବାରୁ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଗୁରୁବାର ବିଳମ୍ବିତ ରାତିରେ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହିତ ବର୍ଷା ହୋଇଛି। କାଳବୈଶାଖୀ ପ୍ରଭାବରୁ ଶୁକ୍ରବାର ତାପମାତ୍ରା ଅନେକ ଅଞ୍ଚଳରେ ୩୪ରୁ ୩୫ ଡିଗ୍ରୀ ମଧ୍ୟରେ ରହିଛି। ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୯ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ା ୩୮.୪, ଭବନେଶ୍ବର ୩୫.୨ ଏବଂ କଟକରେ ୩୪.୬ ଡିଗ୍ରୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories