www.samajalive.in
Friday, December 5, 2025
27.1 C
Bhubaneswar

ଦାରୁ କିପରି ଗଲା ତଦନ୍ତ ହେବ- ପୃଥ୍ୱୀରାଜ ହରିଚନ୍ଦନ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ ବୋଲି ସେ କହିଛନ୍ତି । ଦାରୁ କିପରି ସେଠାକୁ ଗଲା ତଦନ୍ତ ପରେ ସ୍ପଷ୍ଟ ହେବ । ଜଗନ୍ନାଥ ମନ୍ଦିର ନିର୍ମାଣ କରିବାରେ କିଛି ଅସୁବିଧା ନାହିଁ । କିନ୍ତୁ ଠାକୁରଙ୍କ ବଳକା କାଠ ସେଠାରେ ବ୍ୟବହାର କରିବା ଗ୍ରହଣୀୟ ନୁହେଁ ।

ଜଗନ୍ନାଥ ଧାମ ବିଶ୍ୱରେ ଗୋଟିଏ ଯାହାକି ପୁରୀରେ ରହିଛି । ଆଉ କେଉଁଠି ଜଗନ୍ନାଥ ଧାମ କରିବା ଠିକ୍ ନୁହେଁ । ମୁଖ୍ୟମନ୍ତ୍ରୀ ମୋହନ ମାଝି ଓଡ଼ିଶା ଫେରିବା ପରେ ତାଙ୍କ ସହ ଆଲୋଚନା କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ ଏପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories