www.samajalive.in
Monday, December 8, 2025
17.1 C
Bhubaneswar

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଆଇନମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଦୀଘା ଜଗନ୍ନାଥ ମନ୍ଦିର ବିବାଦ ଓ ବୟକଟ୍‌ ପୁରୀ ପ୍ରସଙ୍ଗ​‌ରେ ଲୋକସେବା ଭବନରେ ସୋମବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ବୈଠକରେ ଯୋଗ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ। ‘ଦାରୁ’ ବିବାଦ, ଦୀଘା ଜଗନ୍ନାଥ ଧାମ ବିବାଦ, ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କ ବିରୋଧରେ ଆସିଥିବା ଅଭିଯୋଗ, ପଶ୍ଚିମବଙ୍ଗରେ ଚାଲିଥିବା ବୟକଟ୍‌ ପୁରୀ କ୍ୟାମ୍ପେନ ପ୍ରସଙ୍ଗରେ ବିସ୍ତୃତ ଭାବେ ବୈଠକରେ ଆଲୋଚନା କରାଯିବ। ଗତକାଲି ଶ୍ରୀମନ୍ଦିିର ପ୍ରଶାସନ କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ଏଥିରେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ପ୍ରାୟ ୪୫ ମିନିଟ୍‌ ଜେରା କରାଯାଇଥିଲା। ଆଜିର ବୈଠକରେ ମନ୍ତ୍ରୀଙ୍କୁ କାଲିର ବୈଠକ ବିଷୟରେ ଅବଗତ କରାଯିବ। ବୈଠକରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ସରକାର।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories