www.samajalive.in
Monday, December 8, 2025
13.1 C
Bhubaneswar

ପୁରୀ ଶ୍ରୀମନ୍ଦିର ଓ ଜଗନ୍ନାଥ ଧାମକୁ ଆମେ ସମ୍ମାନ କରୁ, ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି-ମମତା

କଲକାତା: ଦୀଘା ଜଗନ୍ନାଥ ଧାମ ନାଁ ବିବାଦ ନେଇ ଆଜି ମୁହଁ ଖୋଲିଛନ୍ତି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦୀଘା ଜଗନ୍ନାଥ ଧାମକୁ ନେଇ ଏତେ ରାଗ କାହିଁକି ବୋଲି ପ୍ରଶ୍ନ କରି ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି।

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଦୀଘା ଜଗନ୍ନାଥ ଧାମକୁ ଦର୍ଶନ ପାଇଁ ଯାଇଥିଲେ। ଏହି ଅବସରରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ପୁରୀ ଶ୍ରୀମନ୍ଦିର ଓ ଜଗନ୍ନାଥ ଧାମକୁ ଆମେ ସମ୍ମାନ କରୁ। ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ରହିଛି। ସେଥିରେ କୌଣସି ଅସୁବିଧା ହେଉନାହିଁ। ହେଲେ ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଶ୍ନ ଉଠାଇଛନ୍ତି। ବିଜେପି ସରକାର ଏହାକୁ ନେଇ ରାଜନୀତି କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories