www.samajalive.in
Friday, December 12, 2025
27.1 C
Bhubaneswar

୩୨ ହଜାର ପୁଲିସ ପଦବୀ ପୂରଣ କରିବେ ମୋହନ ସରକାର

କେନ୍ଦୁଝର ପୁଲିସରେ ଆଜି ହେଲା ନବକଳେବର

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କେନ୍ଦୁଝର ଟାଉନରେ ନବ ନିର୍ମିତ ଥାନାଗୃହ ଏବଂ ରିଜର୍ଭ ପୁଲିସ କାର୍ଯ୍ୟାଳୟ ଉଦ୍‍ଘାଟନ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୩ କୋଟି ୩୪ ଲକ୍ଷ ୧୪ ହଜାର ଟଙ୍କା ବ୍ୟୟରେ ନିର୍ମିତ ଥାନା ଓ ୨ କୋଟି ୭୬ ଲକ୍ଷ ୬୮ ହଜାର ଟଙ୍କା ବ୍ୟୟରେ ନିର୍ମିତ ରିଜର୍ଭ ପୋଲିସ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ସାଧାରଣ ଜନତାଙ୍କୁ ଉତ୍ସର୍ଗୀକୃତ ସେବା ପ୍ରଦାନ କରିବେ।

ଏହି ଅବସରରେ ପୋଲିସ କର୍ମଚାରୀଙ୍କ ପାଇଁ ୧୭ ଟି ଏସୟୁଭି ଗାଡି ଏବଂ ୮୦ଟି ମୋଟର ସାଇକେଲକୁ ସବୁଜ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ। ନବନିର୍ମିତ ଥାନାରେ ଭିନ୍ନକ୍ଷମଙ୍କ ପାଇଁ ରାମ୍ପ୍ ବ୍ୟବସ୍ଥା, ବିଲ୍ଡିଂ ଏବଂ ବାରାକ୍, ସମ୍ମିଳନୀ କୋଠରୀ, ସନ୍ଦିଗ୍ଧ ଓ ସାକ୍ଷୀ ପରୀକ୍ଷା କୋଠରୀ, ୱେୟାରଲେସ୍ ଏବଂ ଯୋଗାଯୋଗ କୋଠରୀ, ଆଧୁନିକ ମାଲଖାନା, ଅଭ୍ୟର୍ଥନା କେନ୍ଦ୍ର ଏବଂ ମହିଳା ଓ ଶିଶୁ ସହାୟତା ଡେସ୍କ ପ୍ରସ୍ତୁତ କରାଯାଇଛି। ଏହାବ୍ୟତୀତ ଶିଶୁସଦନ, ଯାନ ବାହନ ପାର୍କିଂ ବ୍ୟବସ୍ଥା, ତଥ୍ୟ ସଂରକ୍ଷଣ ସହିତ ୨୪ ଘଣ୍ଟିଆ ସିସିଟିଭି କ୍ୟାମେରା ବ୍ୟବସ୍ଥା, ଅଗ୍ନି ନିର୍ବାପକ ଯନ୍ତ୍ର ଏବଂ ଅଗ୍ନି ସତର୍କ ସୂଚନା ଘଣ୍ଟି ବ୍ୟବସ୍ଥା ଭଳି ଅତ୍ୟାଧୁନିକ ବ୍ୟବସ୍ଥା ମଧ୍ୟ କରାଯାଇଛି ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ବିଗତ ଦିନରେ ଘଟିଥିବା ଅପରାଧର ଆଉ ଯେପରି ପୁନରାବୃତ୍ତି ନହୁଏ ସେଥିପ୍ରତି ସଜାଗ ରହିବାପାଇଁ ଉପସ୍ଥିତ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଥାନାକୁ ଆସୁଥିବା ସାଧାରଣ ଲୋକମାନଙ୍କୁ ଭଲ ବ୍ୟବହାର କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କୁ କଡ଼ା ଚେତାବନୀ ଦେଇଥିଲେ ଏବଂ ଥାନାକୁ ଅଭିଯୋଗ ନେଇ ଆସୁଥିବା ଲୋକଙ୍କ ପାଖରୁ ତୁରନ୍ତ ଏତଲା ଗ୍ରହଣ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ।

ରାଜ୍ୟରେ ସମୁଦାୟ ୩୨ ହଜାର ନୂଆ ପଦବୀ ସୃଷ୍ଟି କରାଯାଇଥିବା ବେଳେ ୧୬ ହଜାର ଖାଲି ପଦବୀ, ନୂତନ ଭାବେ ସୃଷ୍ଟି ହୋଇଥିବା ୧୬ ହଜାର ପଦବୀ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories