www.samajalive.in
Monday, December 8, 2025
17.1 C
Bhubaneswar

୯୩୩ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

ଲମତାପୁଟ: କୋରାପୁଟ ଜିଲା ମାଛକୁଣ୍ଡ ପୁଲିସ ଜଣେ ଗଞ୍ଜେଇ ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିବା ସହ ତାଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଜଣକ ମାଛକୁଣ୍ଡ ଥାନା ଅନ୍ତର୍ଗତ ସାନକିଚବ ଗାଁର ଧନ ମାଣ୍ଡି। ସେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରିବା ନେଇ ଲାଗି ନିଜ ଘର ଭିତରେ ବିପୁଳ ଗଞ୍ଜେଇ ଗଛିତ ରଖିଥିଲେ।

ଖବର ପାଇ ମାଛକୁଣ୍ଡ ପୁଲିସ ଧନ ମାଣ୍ଡିଙ୍କ ଘରେ ଚଢ଼ଉ କରିଥିଲା। ଚଢ଼ଉବେଳେ ଘର ଭିତରର ବସ୍ତା ବସ୍ତା ଗଞ୍ଜେଇ ରଖାଯାଇଥିବା ଦେଖିବାକୁ ମିଳିଥିଲା। ପରେ ମାଛକୁଣ୍ଡ ଅତିରିକ୍ତ ତହସିଲଦାର ତଥା ମାଜିଷ୍ଟ୍ରେଟ ଉଦ୍ଧବ ଶବରଙ୍କ ଉପସ୍ଥିତିରେ ଜବତ ୯୩୩ କିଲୋ ଗଞ୍ଜେଇ ଓଜନ କରାଯାଇଥିଲା, ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୫୦ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ମାଛକୁଣ୍ଡ ପୁଲିସ ଘର ମାଲିକ ତଥା ଗଞ୍ଜେଇ ମାଫିଆ ଧନଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories