www.samajalive.in
Wednesday, December 10, 2025
23.1 C
Bhubaneswar

ପ୍ରଚଣ୍ଡ ଖରାରେ ଶତାଧିକ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ସଦର :  କେନ୍ଦୁଝରରେ ବିଭିନ୍ନ ସ୍ଥାନରୁ ଛୁଟି ଆସିଥିବା ଶତାଧିକ ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ । ଶୀତତାପ ନିୟନ୍ତ୍ରିତ କକ୍ଷରେ ନିଜକୁ ସୀମିତ ନରଖି ଲୋକଙ୍କ ପାଖକୁ ଗଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ । ଖରାକୁ ଖାତିର ନକରି କେନ୍ଦୁଝର ସର୍କିଟ ହାଉସ ଠାରେ ମଙ୍ଗଳବାର ସ୍ଥାନୀୟ ଲୋକଙ୍କ ଅଭିଯୋଗ ଶୁଣିବା ସହ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝି ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେବା ସହିତ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡ଼ ଫକୀର ମୋହନ ନାୟକ, କେନ୍ଦୁଝର ଜିଲାପାଳ ବିଶାଲ ସିଂ ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଓ ଅଧିକାରୀ ଉପସ୍ଥିତ ଥିଲେ ।

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories