www.samajalive.in
Sunday, December 7, 2025
13.1 C
Bhubaneswar

ମେ’ ୧୨ ସୁଦ୍ଧା ସିବିଏସ୍‌ଇ ଫଳ!

ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ)ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ମେ’ ୧୨ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିିଛି। ଦଶମରେ ପ୍ରାୟ ୨୪.୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିବାବେଳେ ଦ୍ବାଦଶରେ ୧୭.୮୮ଲକ୍ଷ ବିଦ୍ୟାର୍ଥୀ ଫର୍ମ ପୂରଣ କରିଥିଲେ। ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରୁ ମାର୍ଚ୍ଚ ୧୮ପର୍ଯ୍ୟନ୍ତ ଚାଲିଥିଲା। ସେହିଭଳି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରୁ ଏପ୍ରିଲ ୪ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଦଶମ ଓ ଦ୍ବାଦଶରେ ମୋଟ ୪୨ ଲକ୍ଷ ବିଦ୍ୟାର୍ଥୀଙ୍କ ପାଇଁ ୨୬ଦେଶରେ ୭୮୪୨ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା। ଅନ୍ୟପଟେ ଉଭୟ ଶ୍ରେଣୀର ଛାତ୍ରଛାତ୍ରୀ ଡିଜିଲକରରେ ମାର୍କସିଟ୍‌, ସାର୍ଟିଫକେଟ୍‌ ଏବଂ ମାଇଗ୍ରେସନ୍‌ ସାର୍ଟିଫିକେଟ୍‌ ରଖିପାରିବେ। କୌଣସି ସ୍ଥାନରେ ସାର୍ଟିଫିକେଟ୍‌ ଆବଶ୍ୟକ ପଡ଼ିଲେ ଛାତ୍ରଛାତ୍ରୀ ସିଧାସଳଖ ଡିଜିଲକରରୁ ତାଙ୍କ ସାର୍ଟିଫିକେଟ୍‌ ଡାଉନ୍‌ଲୋଡ କରିପାରିବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories