www.samajalive.in
Friday, December 5, 2025
27.1 C
Bhubaneswar

‘ଅପରେସନ ସିନ୍ଦୂର’- ମାସୁଦ ଆଝାରର ପୁରା ପରିବାର ସଫା

ସମାଜ ଡିଜିଟାଲ ଡେସ୍କ: ପହଲଗାଓଁ ଆକ୍ରମଣର ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ଭାରତୀୟ ସେନା ଦ୍ୱାରା ପାକିସ୍ତାନ ଉପରେ ହୋଇଥିବା ଏୟାରଷ୍ଟ୍ରାଇକରେ ଅନେକ ଆତଙ୍କୀ ଆଡ୍ଡା ଧୂଳୀସାତ ହୋଇଛି । ଏଥିରେ ଆତଙ୍କବାଦୀ ମାସୁଦ ଆଝାରର ସମୂର୍ଣ୍ଣ ପରିବାର ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମାସୁଦର ଭଉଣୀ-ଭିଣୋଇ ସମେତ ୧୦ଜଣଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟରେ ସୂଚନା ଦିଆଯାଇଛି । ଜୈଶ-ଇ-ମହମ୍ମଦ ଆତଙ୍କୀ ସଂଗଠନ ପ୍ରତିଷ୍ଠାତା ହେଉଛି ମାସୁଦ ଆଝାର । ମଙ୍ଗଳବାର ବିଳମ୍ବିତ ରାତିରେ ଭାରତୀୟ ସେନା ପାକିସ୍ତାନ ଏବଂ ପାକ୍‌ ଅଧିକୃତ କାଶ୍ମୀରର ୯ଟି ସ୍ଥାନରେ ୨୧ଟି ଆତଙ୍କବାଦୀ ଆଡ୍ଡା ଉପରେ ବୋମା ବର୍ଷଣ କରିଥିଲା । ଏଥିରେ ଅନେକ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆତଙ୍କବାଦୀଙ୍କ ତାଲିମ ଶିବିର, ସେମାନଙ୍କ ଘର ଏବଂ ମୁଖ୍ୟାଳୟ ଧ୍ୱଂସ ହୋଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories