www.samajalive.in
Saturday, December 6, 2025
26.1 C
Bhubaneswar

ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ​ଲେଖିଲେ ଗଜପତି ମହାରାଜା

ପୁରୀ : ପଶ୍ଚିମବଙ୍ଗ ଦୀଘା ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ତେଜିବାରେ ଲାଗିଛି। ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ଉଲ୍ଲେଖ କରିବା ନେଇ କେବଳ ଓଡ଼ିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ଆରମ୍ଭ ହୋଇଥିବା ବିତର୍କ ଥମିନାହିଁ। ପୁରୀ ଜଗନ୍ନାଥ ଧାମକୁ ଇଜ୍ଜତ କରୁଛି ବୋଲି ଗତକାଲି ବୟାନ ଦେଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  ନିଜ ଜିଦ୍‌ରେ ଅଟଳ ରହିଥିବା ଦେଖିବାକୁ ମିଳିଛି। ‘ଜଗନ୍ନାଥ ଧାମ’ ଲିଖିତ ଫଳକ କାଢ଼ିବା ବଦଳରେ ଦୀଘା ମନ୍ଦିରରେ ଏହାକୁ ସ୍ଥାୟୀ ଭାବେ ଲଗାଯାଇଥିବା ଦେଖିବାକୁ ମିଳିଛି।
ତେବେ ଏସବୁ ମଧ୍ୟରେ ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ​ଲେଖିଛନ୍ତି ଗଜପତି ମହାରାଜା। ଦୀଘା ମନ୍ଦିର ଟ୍ରଷ୍ଟିରେ ଇସ୍କନ ପ୍ରତିନିଧି ଥିବାରୁ ସେ ପ୍ରଶ୍ନ ଉଠାଇଲେ। ଏଥିସହ ନୂଆ ମନ୍ଦିରରେ ସେବା ପୂଜା କରୁଥିବା କଥା ମଧ୍ୟ ଚିଠିରେ ଉଲ୍ଲେଖ ରହିଛି। ଗୋବର୍ଦ୍ଧନ ପୀଠ ଏବଂ ଜୋତିର୍ମଠ ଶଙ୍କରାଚାର୍ଯ୍ୟ ସ୍ପଷ୍ଟ କରିସାରିଛନ୍ତି। ପୁରୀ ହେଉଛି ଜଗନ୍ନାଥ ଧାମ , ଅନ୍ୟ କୌଣସି ସ୍ଥାନ ଜଗନ୍ନାଥ ଧାମ ନୁହେଁ। ମୁକ୍ତି ମଣ୍ଡପ ପଣ୍ଡିତ ସଭା ମଧ୍ୟ ଶାସ୍ତ୍ରମୋଦିତ ତଥ୍ୟ ଦେଇ ସାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଏପରି ସ୍ଥିତିରେ ଦୀଘା ଜଗନ୍ନାଥ ମନ୍ଦିର ଟ୍ରଷ୍ଟରେ ଇସ୍କନ୍ ପ୍ରତିନିଧି ଅଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories