www.samajalive.in
Monday, December 8, 2025
16.1 C
Bhubaneswar

ଆମେ ଜବାବ ଦେବୁ, କିନ୍ତୁ ସମୟ, ସ୍ଥାନ ଓ ଉପାୟ ଆମର ହେବ: ପାକ୍ ସେନା ମୁଖପାତ୍ର

ନୂଆଦିଲ୍ଲୀ: ଭାରତୀୟ ସେନା ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀରରେ ୯ଟି ଟାର୍ଗେଟ ଆକ୍ରମଣ କରି ପହଲଗାଓଁ ଆତଙ୍କୀ ହମ୍ଲାର ପ୍ରତିଶୋଧ ନେଇଛି। ଭାରତୀୟ ସେନା ଦ୍ବାରା ଅଧ ରାତିରେ କରାଯାଇଥିବା ଏୟାରଷ୍ଟ୍ରାଇକ୍ରେ ଜୈଶ-ଏ-ମହମ୍ମଦ ଓ ଲସ୍କର-ଏ-ତୈବାର ଏକାଧିକ ଠିକଣା ଓ ମୁଖ୍ୟାଳୟ ଧ୍ବଂସ ହୋଇଯାଇଛି। ଭାରତୀୟ ସେନାର ସୂଚନା ମୁତାବକ, ଏହି ଆକ୍ରମଣରେ ପ୍ରାୟ ୭୦ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଅପରପକ୍ଷେ ପାକିସ୍ତାନ ମଧ୍ୟ ସ୍ବୀକାର କରିଛି ଯେ, ଏହି ଆକ୍ରମଣରେ ଲୋକଙ୍କ ମୃତ୍ୟୁ ଘଟିଛି, କିନ୍ତୁ ସେ ସେମାନଙ୍କୁ ସାଧାରଣ ନାଗରିକ ବୋଲି ପ୍ରଚାର କରୁଛି। ଇତି ମଧ୍ୟରେ ପାକିସ୍ତାନ ସେନା ମୁଖପାତ୍ରଙ୍କ ବୟାନ ମଧ୍ୟ ସାମ୍ନାକୁ ଆସିଛି। ପାକିସ୍ତାନ ସେନା ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ ଧମକ ଦେଇ କହିଛନ୍ତି ଯେ, ଆମେ ସଠିକ୍ ସମୟରେ ଭାରତକୁ ଜବାବ ଦେବୁ। ସେ କହିଛନ୍ତି, ଆମେ ଭାରତକୁ ଜବାବ ଦେବୁ, କିନ୍ତୁ ସମୟ, ସ୍ଥାନ ଓ ଉପାୟ ଆମର ହେବ।

କେବଳ ଏତିକି ନୁହେଁ, ପାକ୍ ସେନା ଏହା ମଧ୍ୟ ପ୍ରଚାର କରୁଛି ଯେ, ଭାରତର ଆକ୍ରମଣରେ ଅନେକ ମସଜିଦ୍ କ୍ଷତିଗ୍ରସ୍ତ ହୋଇଛି। ଏଥିସହ ଭାରତର ଆକ୍ରମଣରେ ସାଧାରଣ ନାଗରିକ ପ୍ରାଣ ହରାଇଥିବା ମିଛ ପ୍ରଚାର କରୁଛି ପାକିସ୍ତାନ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories