www.samajalive.in
Monday, December 8, 2025
24.1 C
Bhubaneswar

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରାଯାଇଛି। ଫଳରେ ୧୦୦୦ କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ ବୋଲି ଜଣାପଡ଼ିଛି।

ରାଜ୍ୟ କ୍ୟାବିନେଟରେ ବୈଠକ ନିର୍ବାଚନମଣ୍ଡଳିରେ ଥିବା ସଡ଼କ ନିର୍ମାଣ ଓ ମରାମତି ପାଇଁ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ‘ନିର୍ବାଚନ ମଣ୍ଡଳୀ ଅର୍ଥ ବ୍ୟବସ୍ଥା’ ନାଁରେ ନୂତନ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ବସ ସେବା ଆରମ୍ଭ ହେବ। ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।

- Advertisement -

ମୁଖ୍ୟମନ୍ତ୍ରୀ ବସ ସେବାରେ ଯାତାୟତ କରୁଥିବା ମହିଳା ଓ ଟ୍ରାନ୍ସ ଜେଣ୍ଡରଙ୍କ ସମେତ ଛାତ୍ର, ଭିନ୍ନକ୍ଷମ, ବରିଷ୍ଠ ନାଗରିକଙ୍କୁ ୫୦% ରିହାତି ପ୍ରଦାନ କରାଯିବ। ସେହିପରି ପ୍ରାଣୀ ଚିକିତ୍ସା ବୈଷୟିକ ନିୟମକୁ ମଞ୍ଜୁରୀ ମିଳିଥିବାବେଳେ ପ୍ରାଣୀ ଚିକିତ୍ସା ବୈଷୟିକ ସେବା କ୍ୟାଡରରେ ନୂତନ ୧୧୩ ପଦବୀ ସୃଷ୍ଟି ହେବ ବୋଲି ସୂଚନା ମିଳିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories