www.samajalive.in
Sunday, December 7, 2025
26.1 C
Bhubaneswar

କେମିତି କଟିବ ଏହି ସପ୍ତାହ: ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବେ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ଦୂରଯାତ୍ରା ନ କରିବା ଉଚିତ୍‌। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳ ପ୍ରାପ୍ତ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ମହିଳା ଓ ବିଦ୍ୟାର୍ଥୀ କର୍ମପ୍ରିୟ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଅଯଥା ବିବାଦ ମଧ୍ୟରେ ହସ୍ତକ୍ଷେପ ଫଳରେ ମାନହାନି ହୋଇପାରେ। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ବନ୍ଧୁ ସହଯୋଗ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରିସ୍ଥିତି ପ୍ରତିକୂଳ ରହିପାରେ। ଋଣଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର କର୍ମ ହେତୁକ ସମସ୍ୟା ଦୂରୀଭୂତ ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମଙ୍ଗଳବାର ଓ ବୁଧବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ପାରିବାରିକ ସମସ୍ୟାର ସମ୍ମୁଖୀନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ ନିଯୁକ୍ତି ପ୍ରାପ୍ତ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ବୁଂ ବୁଧାୟ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ:  ରବିବାର ଓ ସୋମବାର ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ଯୋଜନା ଅନୁସାରେ କାର୍ଯ୍ୟ କରି ପ୍ରଶଂସିତ ହେବେ। ମଙ୍ଗଳବାର ଓ ବୁଧବାର ଅର୍ଥନୈତିକ ପ୍ରଗତି ସଂଘଟିତ ହେବ। ସୌଖିନ ଦ୍ରବ୍ୟ କ୍ରୟ କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଏତେଟା ସଫଳତା ପ୍ରଦାନ କରିନପାରେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦପ୍ରାପ୍ତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଚନ୍ଦ୍ରଙ୍କୁ ପୂଜା କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟର ଅନୁକୂଳତା ଅନୁଭବ ହେବ। ନୂତନ ଜମି ବା ଫ୍ଲାଟ୍‌ କିଣିପାରନ୍ତି। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ବିଦେଶ ଭ୍ରମଣର ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ନୂତନ ବନ୍ଧୁ ଲାଭ ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ ପୂଜା କରନ୍ତୁ।
କନ୍ୟା:  ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେଇପାରେ। ଯାତ୍ରା କାଳୀନ ଦ୍ରବ୍ୟ ଚୋରି ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଓ ବୁଧବାର ଭବିଷ୍ୟତ କର୍ମପନ୍ଥା ନିର୍ଦ୍ଧାରଣ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଭାଗ୍ୟବାଦୀ ହେବେ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ଆର୍ଥିକ ଅନଟନ ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ପୂଜା କରନ୍ତୁ।
ତୁଳା: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ ହେବ। ଯଶ, ମାନ, ଗୌରବ ଲାଭ କରିବେ। ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସ୍ଥିତି ଉନ୍ନତି ରହିବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଶତ୍ରୁଠାରୁ ଦୂରେଇ ରହିବା ଭଲ। ଋଣଯୁକ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ସଫଳତା ପ୍ରାପ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପଢ଼ନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ଧାର୍ମିକ ଚିନ୍ତାଧାରା ଯୁକ୍ତ ହେବେ। କର୍ମ ହେତୁକ ଗ୍ଲାନି ଦୂରୀଭୂତ ହେବ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ସଫଳତା ଲାଭ ହେବ। ନୂତନ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶୁକ୍ରବାର ଓ ଶନିବାର ଭ୍ରମଣ ପ୍ରିୟ ହେବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଦୂରଯାତ୍ରା କରିବା ଉଚିତ ନୁହେଁ। ମାନସିକ ଦ୍ବନ୍ଦ୍ବ ଦେଖାଦେଇପାରେ। ପାକସ୍ଥଳୀ ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଦେବଦର୍ଶନରେ ଆନନ୍ଦପ୍ରାପ୍ତ ହେବ। ଭାଗ୍ୟବାଦୀ ହେବେ। ସୁସମ୍ବାଦ ଲାଭ ହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ସ୍ଥାନାନ୍ତରିତ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀମାନେ ଉଦ୍ୟମେ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ତାରା କବଚ ପଢ଼ନ୍ତୁ।
ମକର: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ କରିବେ। ପ୍ରୀତି ଲାଭ ହେବ। ଦାମ୍ପତ୍ୟରେ ଆନନ୍ଦ ଲାଭ କରିବେ। ମଙ୍ଗଳବାର ଓ ବୁଧବାର ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ସାମାନ୍ୟ ତ୍ରୁଟି ହେତୁ ଅସୁବିଧାରେ ପଡ଼ିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଶତ୍ରୁ ପରାସ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟ ଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। ମଙ୍ଗଳବାର ଓ ବୁଧବାର ସ୍ତ୍ରୀଙ୍କ ସହଯୋଗ ଲାଭ କରିବେ। ଚାହୁଁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଯାତ୍ରାକାଳୀନ ଆଘାତ ପ୍ରାପ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁରୂପ ଫଳପ୍ରାପ୍ତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ପାରିବାରିକ ଶାନ୍ତି ଲାଭ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ ହେବ। ଶତ୍ରୁ ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ ଆନନ୍ଦପ୍ରାପ୍ତ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ତାରେ ତୁତାରେ ସ୍ବାହା ମନ୍ତ୍ର ଜପ କରନ୍ତୁ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories