www.samajalive.in
Wednesday, December 10, 2025
14.1 C
Bhubaneswar

ଟେଷ୍ଟରୁ ଅବସର ଘୋଷଣା କଲେ ବିରାଟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌କୁ ଗୋଟିଏ ସପ୍ତାହ ମଧ୍ୟରେ ଦୁଇ ଦୁଇଟି ବଡ଼ ଝଟ୍‌କା ଲାଗିଛି। ରୋହିତ ଶର୍ମାଙ୍କ ପରେ ଏବେ ବିରାଟ କୋହଲୀ ଟେଷ୍ଟ କ୍ରିକେଟ୍‌ରୁ ଅବସର ନେଇଛନ୍ତି। ସୋମବାର ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଅବସର ଘୋଷଣା କରିଛନ୍ତି ବିରାଟ। ଗତ କିଛି ଦିନ ଧରି ଗଣମାଧ୍ୟମରେ ଆଲୋଚନା ହେଉଥିଲା ଯେ, କୋହଲୀ ତାଙ୍କ ଅବସର ବିଷୟରେ ବିସିସିଆଇକୁ ଜଣାଇଛନ୍ତି, କିନ୍ତୁ ଆଗାମୀ ଇଂଲଣ୍ଡ ଟେଷ୍ଟ ସିରିଜକୁ ଦୃଷ୍ଟିରେ ରଖି ବିସିସିଆଇ ତାଙ୍କୁ ତାଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ କହିଥିଲା। କିନ୍ତୁ କୋହଲୀ ଟେଷ୍ଟରୁ ସନ୍ନ୍ୟାସ ନେବାକୁ ହିଁ ନିଷ୍ପତ୍ତି ନେଇଛନ୍ତି।

ଭାରତ ପାଇଁ ଏହା ଏକ ବଡ଼ ଧକ୍କା, କାରଣ ମେ’ ୮ ତାରିଖରେ ନିୟମିତ ଅଧିନାୟକ ରୋହିତ ଶର୍ମା ମଧ୍ୟ ଟେଷ୍ଟରୁ ଅବସର ନେଇଛନ୍ତି। ଗୋଟିଏ ସପ୍ତାହ ମଧ୍ୟରେ ଦୁଇ କିମ୍ବଦନ୍ତୀ ଖେଳାଳିଙ୍କ ଅବସର ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଏଥିସହିତ ଭାରତୀୟ ଟେଷ୍ଟ କ୍ରିକେଟରେ ଏକ ଅଧ୍ୟାୟର ଅନ୍ତ ଘଟିଛି।

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories