www.samajalive.in
Saturday, December 13, 2025
26.1 C
Bhubaneswar

ଆଖଣ୍ଡଳମଣିଙ୍କୁ ଜଳାଭିଷେକ କଲେ ହଜାର ହଜାର ଭକ୍ତ

ଆରଡି:  ବୈଶାଖମାସର  ଶେଷ ସୋମବାରରେ ବାବା ଆଖଣ୍ଡଳମଣିଙ୍କୁ ଜଳାଭିଷେକ ଓ ଦର୍ଶନ କରିବା ପାଇଁ  ମନ୍ଦିରରେ ହଜାରହଜାର ଭକ୍ତଙ୍କ ଭିଡ ଜମିଥିଲା। ଏକମାସ ଧରି ଚାଲିଥିବା ଶୀତଳ ଉପଚାର ନୀତିର ସୋମବାର ଶେଷ ପାଳି ହୋଇଥିବାରୁ ଗୋପାଳ ଭକ୍ତମାନେ ବିଭିନ୍ନ ନଦୀରୁ ଜଳଭାର ଆଣି ବାବାଙ୍କ ପାଖରେ ଲାଗି କରିଛନ୍ତି।
ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ଭୋର ୪ଟାରେ ଦ୍ବାରଫିଟା ନୀତି ସହ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ ମଣିବାବାଙ୍କୁ ଦିଗମ୍ବର ବେଶରେ ସଜ୍ଜିତ କରାଯାଇ ପହିଲୁ ବାଲ୍ଯଭୋଗ ଲାଗି କରାଯାଇଥିଲା। ଏପଟେ ଭକ୍ତମାନଙ୍କର ଶୃଙ୍ଖଳିତ ଦର୍ଶନ ଓ ଜଳଲାଗି ପାଇଁ  ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୁଲିସ ପକ୍ଷରୁ ବ୍ଯାପକ ବ୍ଯବସ୍ଥା କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories