www.samajalive.in
Monday, December 8, 2025
17.1 C
Bhubaneswar

ସଡକ ଦୁର୍ଘଟଣାରେ ବାଇକ ଆରୋହୀ ମୃତ

ବାଲେଶ୍ବର : ଟାଉନ ଥାନା ଅଞ୍ଚଳ ହେମକାପଦା ନିକଟରେ ସଡକ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଓ ବାଇକ ମଧ୍ୟରେ ଧକ୍କା ହେବାରୁ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ହେଉଛନ୍ତି ଚାନ୍ଦିପୁର ଥାନା ଆଳଦିଆ ଗ୍ରାମର ଶ୍ରୀକାନ୍ତ ବେହେରା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏହାସହ ଦୁର୍ଘଟଣା ଘଟାଇଥିବା ଡମ୍ପରଟିକୁ ଜବତ କରିଛି। ଦୁର୍ଘଟଣା ଘଟାଇ ଡମ୍ପର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳେ ଶ୍ରୀକାନ୍ତ ବାଇକ ଯୋଗେ କୌଣସି କାର୍ଯ୍ୟରେ ଯାଉଥିଲେ। ସେହି ସମୟରେ ହେମକାପଦା ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତେବେ ଧକ୍କାର ପ୍ରକୃତ କାରଣ ଜଣାପଡିନାହିଁ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories