www.samajalive.in
Saturday, December 6, 2025
15.1 C
Bhubaneswar

ହାତକୁ ସୁନ୍ଦର କରିବାକୁ ଇଚ୍ଛୁକ କି ? ଆପଣାନ୍ତୁ ଏହି ଉପାୟ

ମୁହଁର ସୁନ୍ଦରତା ସହ ହାତର ସୌନ୍ଦର୍ଯ୍ୟ ମଧ୍ୟ ଅତ୍ୟନ୍ତ ଆବଶ୍ୟକ। କାରଣ ଏହା ଆପଣଙ୍କ ବ୍ୟକ୍ତିତ୍ୱକୁ ଦୁଇ ଗୁଣିତ କରିଥାଏ। ହାତ ଶୁଷ୍କ ଓ ଖରାର ପ୍ରଭାବରେ ହାତର ରଙ୍ଗ କମ ହେଲେ ଏହା ଆପଣଙ୍କ ସୁନ୍ଦରତା ଉପରେ ବହୁ ପ୍ରଭାବ ପକାଇଥାଏ। ବଜାରରେ ବହୁ ପ୍ରକାରର କେମିକାଲ ଯୁକ୍ତ କ୍ରିମ ମିଳିଥାଏ, ଯାହାକୁ ଲଗାଇବା ଦ୍ୱାରା ଏହା ଆମ ଚର୍ମ ଉପରେ ମଧ୍ୟ କୁପ୍ରଭାବ ପକାଇଥାଏ। ମାତ୍ର କିଛି ଘରୋଇ ସହଜ ଉପାୟ ରହିଛି, ଯାହାକୁ ଆପଣେଇବା ଦ୍ୱାରା ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା। ଜାଣନ୍ତୁ ସେହି ଉପାୟ ବିଷୟରେ ….
୨ଚାମଚ ବେସନରେ ଏକ ଚାମଚ ଦହି ମିଶାଇ,ଏହାକୁ ହାତରେ ଲଗାଇ ୩୦ ମିନିଟ ରଖନ୍ତୁ। ନିର୍ଦ୍ଧାରିତ ସମୟ ପରେ ହାତକୁ ଧୋଇ ଦିଅନ୍ତୁ। ଏହାକୁ ନିୟମିତ ଲଗାଇବା ଦ୍ୱାରା ହାତ କୋମଳ ଓ ଗୋରା ହୋଇଥାଏ।
୨ ଚାମଚ ବଟରରେ ୧ ଚାମଚ ବାଦାମ ତେଲକୁ ଭଲ ଭାବେ ମିଶାଇ ଏହାକୁ ୨୦ ମିନିଟ ପର୍ଯ୍ୟନ୍ତ ହାତରେ ଲଗାଇ ରଖନ୍ତୁ। ୨୦ ମିନିଟ ପରେ ହାତକୁ ଧୋଇ ଦିଅନ୍ତୁ। ଏଥିରେ ଭିଟାମିନ ଇ ଥିବାରୁ ଏହା ହାତକୁ ନରମ, ସୁନ୍ଦର କରିବା ସହ ଶୁଷ୍କତାକୁ ଦୂର କରିଥାଏ।
୧ ଚାମଚ ଚିନିରେ ଲେମ୍ବୁ ରସ ମିଶାଇ ଏହାକୁ ହାତରେ ଲଗାନ୍ତୁ। ଲଗାଇବା ସମୟରେ ହାତକୁ ଭଲ ଭାବେ ଘଷନ୍ତୁ। ଏହାକୁ ୧୫ମିନିଟ ଲଗାଇବା ପରେ ଧୋଇ ଦିଅନ୍ତୁ। ଏହା ହାତକୁ ଗୋରା କରିବା ସହ ସମସ୍ତ ପ୍ରକାରର ଦୂଷିତ ପଦାର୍ଥ ବାହାର କରି ଦେଇଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories