www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗର ଦ୍ବୀପପୁଞ୍ଜର କିଛି ଅଞ୍ଚଳକୁ ସ୍ପର୍ଶ କରିବା ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଣିପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ସ୍ପଷ୍ଟ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ନିକୋବର ଦ୍ବୀପର ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଏବଂ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ସେଠାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରର କିଛି ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗର ତଥା ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର କିଛି ଅଞ୍ଚଳକୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି। ପରବର୍ତ୍ତୀ ୪ରୁ ୫ଦିନ ମଧ୍ୟରେ ଦକ୍ଷିଣ ଆରବ ସାଗର, ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର ଅବଶିଷ୍ଟ ଅଞ୍ଚଳ, ସମ୍ପୂର୍ଣ୍ଣ ଆଣ୍ଡାମାନ ସାଗର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର କରିବ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସହଳ ଆସିବାର ସମ୍ଭାବନା ରହିଛି। ମେ’ ୨୭ ବେଳକୁ କେରଳ ଛୁଇଁପାରେ। ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୧୮ରୁ ୧୯ ଭିତରେ ଆଣ୍ଡାମାନ ସାଗର ଛୁଇଁଥାଏ। ଜୁନ୍‌ ୧ ବେଳକୁ କେରଳରେ ଭୂଖଣ୍ଡ ସ୍ପର୍ଶ କରିଥାଏ। କେରଳ ଛୁଇଁବାର ୧୦ରୁ ୧୨ଦିନ ମଧ୍ୟରେ ଓଡ଼ିଶାକୁ ଅଗ୍ରସର ହୋଇଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories