www.samajalive.in
Saturday, December 13, 2025
26.1 C
Bhubaneswar

ଜଳୁଛି ରାଜଧାନୀ: ସାଢେ ୮ ଟା ସୁଦ୍ଧା ୩୨.୭ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ଵର: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ରାଜଧାନୀ ଭୁବନେଶ୍ଵରରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି।  ସାଢେ ୮ ଟା ସୁଦ୍ଧା ତାପମାତ୍ରା ୩୨.୭ ଡିଗ୍ରୀ ଟପିଛି । ଭୁବନେଶ୍ଵରର ଆର୍ଦ୍ରତା ୭୧.୬ % ରେକର୍ଡ ହୋଇଛି। ଗତ ୩ ଦିନ ହେବ ରାଜଧାନୀରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଉପକୂଳରେ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହୁଥିବାରୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ସୋମବାର ସମ୍ବଲପୁରରେ ପାରଦ ୪୨.୯ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୪୨.୨, ହୀରାକୁଦ ୪୨.୪, ବଲାଙ୍ଗିର ୪୨.୧, ଟିଟିଲାଗଡ଼ ଓ ବୌଦ୍ଧରେ ୪୨ଡିଗ୍ରୀ ରହିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories