ଯାଜପୁର: ଯାଜପୁର ଛତିଆରେ ବୋମା ବିସ୍ଫୋରଣ ରେ ୨ଜଣଙ୍କ ମତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେହିପରି ବୋମା ବିସ୍ଫୋରଣରେ ୨ଟି ବାଇକ ଜଳିଯାଇଥିବା ଜଣାପଡ଼ିଛି।
ବୋମା ବିସ୍ଫୋରଣ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। କେଉଁ ପରିସ୍ଥିତିରେ ବିସ୍ଫୋରଣ ହେଲା କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ତଦନ୍ତ ଆରମ୍ଭ କରିଛି।



