www.samajalive.in
Thursday, December 11, 2025
16.1 C
Bhubaneswar

ଜୟପୁର ଲଙ୍କା ବରା

ଆବଶ୍ୟକ ସାମଗ୍ରୀ
ସିମଲା ଲଙ୍କା – ୫ଟି
ବେସନ – ୧କପ
ସିଝା ଆଳୁ – ୨ଟି
ଲଙ୍କା ଗୁଣ୍ଡ – ୧ଚାମଚ
ଗରମ ମସଲା – ୧ ଚାମଚ
ଆମଚୁର ଗୁଣ୍ଡ – ୧ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ଆଳୁକୁ ଭଲ ଭାବେ ଚକଟି ଦିଅନ୍ତୁ। ଏବେ ଏଥିରେ ଲୁଣ, ଗରମ ମସଲା, ଆମଚୁର ଗୁଣ୍ଡ, ଲଙ୍କା ଗୁଣ୍ଡ ପକାଇ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହା ପରେ ଲଙ୍କା ଗୁଡ଼ିକୁ ମଝିରୁ କାଟି ଦିଅନ୍ତୁ କିନ୍ତୁ ସମ୍ପୂର୍ଣ୍ଣ କାଟିବେ ନାହିଁ। ଏବେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ ଓ ତେଲ ଗରମ କରନ୍ତୁ। ତେଲ ଗରମ ହେବା ମଧ୍ୟରେ ଲଙ୍କା ଭିତରେ ମିଶ୍ରଣ କରି ରଖିଥିବା ପୁରକୁ ଭରନ୍ତୁ। ଏବେ ଆଉ ଏକ ପାତ୍ରରେ ବେସନ ଓ ପାଣି, ଲୁଣ ପକାଇ ଘୋଳ ପ୍ରସ୍ତୁତ କରନ୍ତୁ। ପୁର ଭରିଥିବା ଲଙ୍କାକୁ ଏହି ବେସନ ଘୋଳରେ ବୁଡ଼ାଇ ଏହାକୁ ତେଲରେ ଭଲ ଭାବେ ଛାଣି ଦିଅନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ଏହାକୁ ଟମାଟୋ ସସ ସହ ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories