www.samajalive.in
Monday, December 15, 2025
14.1 C
Bhubaneswar

ମେ’ ୧୫ରୁ ଜୁନ ୧୫ ମଧ୍ୟରେ ଶିକ୍ଷକଙ୍କ ବଦଳି, ସୁପାରିସ କରିବେ ସାଂସଦ ଓ ବିଧାୟକ

ଭୁବନେଶ୍ୱର: ଲୋକସଭା ସାଂସଦ ଓ ବିଧାୟକ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିପାରିବେ। ସେମାନେ ନିଜ ନିର୍ବାଚନ ମଣ୍ଡଳୀର ସର୍ବାଧିକ ୧୫ଜଣ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିପାରିବେ। ସାଂସଦ ଓ ବିଧାୟକ ସୁପାରିସ କରିଥିବା ଶିକ୍ଷକଙ୍କ ବଦଳି ମେ’ ୧୫ରୁ ଜୁନ ମଧ୍ୟରେ କାର୍ଯ୍ୟକାରୀ କରାଯିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦେଶକଙ୍କୁ ଚିଠି ଲେଖି ଅବଗତ କରାଯାଇଛି।

ନିଜ ନିର୍ବାଚନ ମଣ୍ଡଳୀରେ ଶିକ୍ଷକ ବଦଳି ପାଇଁ ସାଂସଦ ଓ ବିଧାୟକ ସୁପାରିସ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିଠିରେ ଉଲ୍ଲେଖ କରିଛି। ବଦଳି ନେଇ ସୁପାରିସ ପତ୍ର ଜିଲାପାଳଙ୍କ ନିକଟରେ ଶିକ୍ଷକମାନେ ଦାଖଲ କରିପାରିବେ। ମେ’ ୧୫ରୁ ଜୁନ ୧୫ ଭିତରେ ଶିକ୍ଷକଙ୍କ ବଦଳି ପ୍ରସ୍ତାବ କାର୍ଯ୍ୟକାରୀ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦେଶକଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories