www.samajalive.in
Friday, December 5, 2025
20.1 C
Bhubaneswar

ପାରାଦ୍ୱୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର

ସମାଜ ଡିଜିଟାଲ ଡେସ୍କ: ପାରାଦ୍ୱୀପ ବନ୍ଦରରେ ଲାଗିଥିବା ଜାହାଜରେ ୨୧ଜଣ ପାକିସ୍ତାନୀ କ୍ରିଉ ମେମ୍ବର ଥିବା ସୂଚନା ମିଳିଛି । ଏନେଇ ପାରାଦ୍ୱୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା ଦିଆଯାଇଛି । ପାକିସ୍ତାନୀ କ୍ରିଉ ମେମ୍ବର ଥିବା ଜଣାପଡିବା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ପାରାଦ୍ୱୀପ ପୋର୍ଟ ଏସପିଏମ୍‍ରେ ଲାଗିଛି ହଂକଂ ଫ୍ଲାଗସିପ୍‍ ଜାହାଜ । ମେରାଇନ୍‍ ପୁଲିସ, ସିଆଇଏସଏଫ, କଷ୍ଟମ ବିଭାଗକୁ ଅବଗତ କରିଛି ଇମିଗ୍ରେସନ ବିଭାଗ । ପଣ୍ୟ ଖଲାସ ନହେବା ପର୍ଯ୍ୟନ୍ତ ଜାହାଜକୁ ଜଗି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାକିସ୍ତାନୀ କ୍ରିଉ ମେମ୍ବର ଯେଭଳି ଜାହାଜରୁ ନଓହ୍ଲାନ୍ତି ସେଥିପ୍ରତି କଡା ନଜର ରଖାଯାଇଛି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories