www.samajalive.in
Saturday, December 13, 2025
26.1 C
Bhubaneswar

୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ, ଉଚ୍ଚଶିକ୍ଷା କ୍ଷେତ୍ରରେ ଲାଗୁହେବ ସଂରକ୍ଷଣ

ଡେସ୍କ: ରାଜ୍ୟ କ୍ୟାବିନେଟରେ ଆଜି ୬ଟି ପ୍ରସ୍ତାବକୁ ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିସ୍ତୃତ ଆଲୋଚନା ପରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ବୈଠକ ପରେ ୬ଟି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି।

କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ, ମମତା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନାକୁ ମିଳିତ ଭାବରେ ୧ ଏପ୍ରିଲ, ୨୦୨୫ରୁ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ଯୋଜନାକୁ MAMATA-PMMVY ଭାବରେ ନାମିତ କରା‌ଯିବ। ଆଗରୁ ମମତା ଯୋଜନାରେ ଝିଅ ଜନ୍ମ ହେଲେ ମା’ ମାନେ ୧୦ ହଜାର ଟଙ୍କା ପାଉଥିବା ବେଳେ ଏଣିକି ଏହି ଯୋଜନାରେ ୧୨ ହଜାର ଟଙ୍କା ପାଇବେ। ଏଥିରେ ପିଭିଜିଟି ସମ୍ପ୍ରଦାୟର ମହିଳା ମାନଙ୍କୁ ପ୍ରଥମ ୨ଟି ସନ୍ତାନ ପରେ ମଧ୍ୟ ଝିଅ ଜନ୍ମ ପାଇଁ ୧୨ ହଜାର ଟଙ୍କା ଓ ପୁଅ ଜନ୍ମ ପାଇଁ ୧୦ ହଜାର ଟଙ୍କା ଦିଆଯିବ। ସେହିଭଳି ଆଗରୁ ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ପ୍ରୋତ୍ସାହନ ରାଶି ବାବଦରେ ୨୦୦ ଓ ୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୨୫୦ ଏବଂ ୧୫୦ ଟଙ୍କା ପାଇବେ। ଆସନ୍ତା ୫ ବର୍ଷରେ MAMATA-PMMVY ଯୋଜନାରେ ୨ ହଜାର ୬୭୦ କୋଟି ଟଙ୍କା ଖର୍ଚ୍ଚ ହେବାର ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories