www.samajalive.in
Saturday, December 13, 2025
18.1 C
Bhubaneswar

ମାଲକାନଗିରିରେ ତ୍ରିରଙ୍ଗା ଯାତ୍ରା: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ମାଲକାନଗିରି: ଅପ୍ରେଲ ୨୨ ତାରିଖ ଦିନ ପହଲଗାମ୍‌ଠାରେ ଆତଙ୍କବାଦୀଙ୍କ ବିଭତ୍ସ କାଣ୍ଡର ଜବାବ୍‌ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଭାରତ ଆତଙ୍କବାଦୀଙ୍କ ବିରୁଦ୍ଧରେ ମେ’ ୭ ତାରିଖ ଦିନ ଆରମ୍ଭ କରିଥିଲା ‘ଅପରେସନ୍‌ ସିନ୍ଦୂର’। ଭାରତୀୟ ସେନା ବାହିନୀର ଅଭୂତପୂର୍ବ ସାହସ, ପରାକାଷ୍ଠା ଯୋଗୁଁଁ ପାକିସ୍ତାନରେ ଥିବା ଆତଙ୍କବାଦୀଙ୍କ ଆଡ୍ଡା ଧ୍ୱଂସ ପାଇବା ସହ ବହୁ ଆତଙ୍କବାଦୀ ମୃତାହତ ହୋଇଥିଲେ। ଏହି ଆକ୍ରମଣରେ ବ୍ୟତିବ୍ୟସ୍ତ ହୋଇ ମାତ୍ର ତିନି ଦିନ ପରେ ମେ’ ୧୦ ତାରିଖରେ ପାକିସ୍ତାନ ଅସ୍ତ୍ରବିରତି ପ୍ରସ୍ତାବ ଦେଇଥିଲା। ଭାରତୀୟ ସେନାର ସୌର୍ଯ୍ୟ ଓ ପରାକ୍ରମ ଯୋଗୁଁଁ ଆଜି ଦେଶବାସୀ ଗର୍ବିତ। ଭାରତର ସାର୍ବଭୌମତ୍ୱ ଓ ଭାରତୀୟଙ୍କ ସୁରକ୍ଷା ପାଇଁ ସେନାବାହିନୀର ଏହି ଦେଶଭକ୍ତି ଓ ବୀରତ୍ୱକୁ ସମ୍ମାନ ଜଣାଇ ଗୁରୁବାର ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଭାରତ ମାତା କି ଜୟ, ବନ୍ଦେ ମାତରମ୍‌ ଧ୍ୱନିରେ ଗଗନପବନ ପ୍ରକମ୍ପିତ ହୋଇଥିଲା। ବହୁ ସଂଖ୍ୟାରେ ସ୍ଥାନୀୟ ଜନତା, ଜିଲ୍ଲାର ନାଗରିକ ସମାଜ, ବଣିକ ସଂଘ, ବିଭିନ୍ନ ସାମାଜିକ ସଂଗଠନ, ସ୍ୱେଚ୍ଛାସେବୀ ସଂଗଠନ ଏବଂ ମିଶନ ଶକ୍ତି ମହିଳା ଏହି ରାଲିରେ ଯୋଗଦେଇଥିଲେ। ସକାଳ ୮ଟା ସମୟରେ ଏହି ତ୍ରିରଙ୍ଗା ଶୋଭାଯାତ୍ରା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରୁ ବାହାରି ଡିଏନକେ ଖେଳ ପଡ଼ିଆ ପର୍ଯ୍ୟନ୍ତ ଯାଇଥିଲା।

ଜନସାଧାରଣଙ୍କ ମନରେ ଅପୂର୍ବ ଉତ୍ସାହ, ଉଦ୍ଦୀପନା ଓ ବିଜୟର ଆନନ୍ଦ ସହ ଦେଶପ୍ରେମର ମନୋଭାବ ଦେଖିବାକୁ ମିଳିଥିଲା। ଅତିରିକ୍ତ ଜିଲ୍ଲାପାଳ ଏହି ଅବସରରେ କହିଥିଲେ ଯେ ମାତୃଜାତି ପ୍ରତି ରହିଥିବା ଗଭୀର ସମ୍ବେଦନା ତଥା ଦେଶର କନ୍ୟାର ସିନ୍ଦୂରର ସୁରକ୍ଷା ମାଧ୍ୟମରେ ସମଗ୍ର ଦେଶବାଦୀଙ୍କ ସୁରକ୍ଷା, ଦେଶର ଏକତା ଏବଂ ସାର୍ବଭୌମତ୍ୱ ପ୍ରତି ରହିଥିବା ପ୍ରତିବଦ୍ଧତାର ପରିଣାମ ‘ଅପରେସନ୍‌ ସିନ୍ଦୂର’। ସେ ଆହୁରି ମଧ୍ୟ କହିଥିଲେ ଯେ ସମସ୍ତ ସେନାବାହିନୀର ସମନ୍ୱୟ ଏବଂ ଦେଶ ସାମରିକ କୌଶଳରେ ବିଶ୍ୱର ସର୍ବଶ୍ରେଷ୍ଠ ଦେଶ ବୋଲି ପ୍ରମାଣିତ ହୋଇ ପାରିଛି।

- Advertisement -

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ, ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ଅଶୋକ ଚକ୍ରବର୍ତ୍ତି, ସାଂସଦ ପ୍ରତିନିଧି ସଞ୍ଜୟ ସରକାରଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ, କର୍ମଚାରୀ, ପୁଲିସ ପ୍ରଶାସନ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ସ୍ଥାନୀୟ ବିଏସଏଫ୍ ଡେପୁଟି କମାଣ୍ଡାଣ୍ଟ ରବି ମିଶ୍ରଙ୍କ ନେତୃତ୍ୱରେ ବିଏସଏଫର ଯବାନମାନେ ବାଇକ୍ ରାଲିରେ ସାମିଲ୍ ହୋଇଥିଲେ।

Hot this week

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

Related Articles

Popular Categories