www.samajalive.in
Wednesday, December 10, 2025
23.1 C
Bhubaneswar

ବିଷ୍ଣୁପଦଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି, ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ପୂର୍ବରୁ କଠୋର ପଦକ୍ଷେପ ନନେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଗିରଫଦାରୀ ଏଡାଇବାକୁ ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ । ତେବେ ତାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି ମିଳିଛି ।  କୌଣସି କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

କହିରଖୁଛୁ ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ କରିବାକୁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ନେଇ ସିବିଆଇ ପକ୍ଷରୁ ମାମଲା ହୋଇଥିଲା। ସିବିଆଇ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ ମଧ୍ୟ କରିଥିଲା । ଏଫଆଇଆରରେ ନାଁ ନଥିଲେ ମଧ୍ୟ ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ବିଷ୍ଣୁପଦଙ୍କ ବିରୋଧରେ ସିବିଆଇ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ ବୋଲି ପୂର୍ବରୁ ଅନ୍ତରୀଣ ସୁରକ୍ଷା ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ।

Hot this week

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

Related Articles

Popular Categories