www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟସ୍ତରୀୟ ସିନିୟର ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଫୁଲବାଣୀ: ସ୍ଥାନୀୟ ଇନଡୋର ଷ୍ଟାଡିୟମ ଠାରେ ସନରାଇଜ ସିନିୟର ରାଙ୍କିଙ୍ଗ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି। ରାଜ୍ୟ ବ୍ୟାଡମିଣ୍ଟନ ଆସୋସିଏସନ ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ବ୍ୟାଡମିଣ୍ଟନ ଆସୋସିଏସନ ପକ୍ଷରୁ ଆୟୋଜିତ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ହରିଶ୍ ବି ସି ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା ଯୋଗ ଦେଇ କନ୍ଧମାଳ ଜିଲ୍ଲାରେ ପ୍ରଥମ ଥର ପାଇଁ ଏହି ରାଜ୍ୟସ୍ତରୀୟ ଟୁୁର୍ଣ୍ଣାମେଣ୍ଟର ଆୟୋଜନ କରିଥିବାରୁ କେଡିବିଏର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଥିଲେ।

ଏହା ଜିଲ୍ଲାର ଖେଳାଳିଙ୍କ ପାଇଁ ପ୍ରେରଣା ଓ ଉତ୍ସାହର ସ୍ରୋତ ହେବ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓସବାର ପର୍ଯ୍ୟବେକ୍ଷକ ପ୍ରଦୀପ କୁମାର ମହାନ୍ତି ଓ ଶୈଳେନ୍ଦ୍ର ଚୌଧୁରୀ, କେବିଡିଏ ସଭାପତି ଅଶୋକ କୁମାର ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ଦେବେନ୍ଦ୍ର ପାତ୍ର, ସମ୍ପାଦକ ଦୀପକ ରଞ୍ଜନ ମହାନ୍ତି ଓ ବରିଷ୍ଠ ଖେଳାଳି ମାନସ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପ୍ରଶାନ୍ତ କୁମାର ବେହେରା ପରିଚାଳନା କରିଥିଲେ। ଏହି ତିନି ଦିନିଆ ଟୁର୍ଣ୍ଣାମେଣ୍ଟରେ ରାଜ୍ୟର ଅଧିକାଂଶ ଜିଲ୍ଲାରୁ ୧୨୫ରୁ ଅଧିକ ଖେଳାଳି ଭାଗ ନେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories