www.samajalive.in
Friday, December 5, 2025
27.1 C
Bhubaneswar

ସମୁଦ୍ର କୁଳରେ ଯୁବକଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ସନ୍ଦେହ

ଗୋପାଳପୁର: ଗଞ୍ଜାମ ଗୋପାଳପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ମାର୍କଣ୍ଡି ସମୁଦ୍ର କୂଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତକ ଆନ୍ଧ୍ର ପ୍ରଦେଶ କପାସ କୁଦି ଗ୍ରାମର ଭି. ଚିନ୍ନା ବୋଲି ଜଣାପଡିଛି।  ମାର୍କଣ୍ଡି ସମୁଦ୍ର କୂଳରେ ଅଜଣା ଯୁବକଙ୍କ ମୃତ ଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ଗୋଳନ୍ଥରା ଥାନାକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ  ତଦନ୍ତ ଆରମ୍ଭ କରିଛି।  ଯୁବକଙ୍କ ବେକରେ ଗଭୀର କଟା ଚି଼ହ୍ନ ରହିଥିବା ବେଳେ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି ।  ମୃତ ଚିନ୍ନା ଗତ ୧୪  ତାରିଖ ରୁ ଗାଁରୁ ନିଖୋଜ ରହିଥିଲେ ମଧ୍ୟ ଏଯାଏଁ କାବିଟି ଥାନାରେ କୌଣସି ଅଭିଯୋଗ ହୋଇ ନଥିବା ଜଣା ପଡିଛି । ଚିହ୍ନା ଙ୍କୁ
କେହି ଦୁର୍ବୃତ୍ତ ହତ୍ୟା କରି ସମୁଦ୍ର ରେ ଫୋପାଡ଼ି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି । ପୁଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ପଠାଇଛି । ଆଜି ପରିବାର ବର୍ଗ  ଗୋଳନ୍ଥରା ଆସିବେ ବୋଲି ଜଣା ପଡିଛି । ମୃତ ଚିନ୍ନା ର ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ସୂଚନା ଦେଇଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories