www.samajalive.in
Monday, December 15, 2025
16.1 C
Bhubaneswar

ଶୋଇଥିବାବେଳେ କୋଠାରେ ଲାଗିଗଲା ନିଆଁ, ୧୭ ଜୀବନ୍ତ ଦଗ୍ଧ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ ବ୍ୟବହାର ହେଉଥିଲା।

ସୂଚନା ଅନୁସାରେ, ରବିଭାର ଭୋର ପ୍ରାୟ ସା​‌ଢ଼େ ୫ଟାରେ ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ସେତେବେଳ ଲୋକମାନେ ଶୋଇଥିବାରୁ ଅଗ୍ନିକାଣ୍ଡ ସମ୍ପର୍କରେ ଜାଣିପାରି ନ ଥିଲେ। ଫଳରେ ନିଆଁ ଏବଂ ଧୂଆଁରେ ଅଣନିଃଶ୍ଵାସୀ ହୋଇ ଲୋକେ ପ୍ରାଣ ହରାଇଥିଲେ। ଆହତ ୧୦ ଜଣଙ୍କୁ ଡିଆରଡିଓ ହସ୍ପିଟାଲ ଏବଂ ଓସମାନିଆ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ନିଆଁକୁ ଲିଭାଇବା କାର୍ଯ୍ୟରେ ୧୧ଟି ଦମକଳ କେନ୍ଦ୍ରର ଗାଡ଼ି ନିୟୋଜିତ ହୋଇଥିଲେ। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ। ତେବେ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories