www.samajalive.in
Saturday, December 6, 2025
26.1 C
Bhubaneswar

ଗାଁକୁ ନାହିଁ ଭଲ ରାସ୍ତା; ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ

ଲାଞ୍ଜିଗଡ: ସ୍ୱାଧୀନତାର ୭୦ବର୍ଷ ପରେ ମଧ୍ୟ ଗାଁକୁ ନାହିଁ ଭଲ ରାସ୍ତା । ଯାତାୟତ ପାଇଁ ଭଲ ରାସ୍ତାଟିଏ ନିର୍ମାଣ କରିବାକୁ ବର୍ଷ ବର୍ଷ ଧରି ପ୍ରଶାସନ ନିକଟରେ ଗୁହାରି କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି । ପ୍ରଶାସନର ଅଣଦେଖା ନୀତି ଯୋଗୁଁ ରସ୍ତାକୁ ଓହ୍ଲାଇଛନ୍ତି ଲୋକେ । ଏଦୃଶ୍ୟ ହେଉଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବାତେଲିମା ପଞ୍ଚାୟତର । ଲୋକମାନେ ଗାଁକୁ ଭଲ ରାସ୍ତାଟିଏ ନିର୍ମାଣ କରିବାକୁ ଦାବି କରି ରବିବାର ବାତେଲିମା ଠାରୁ ନିଆଳି ସଂଯୋଗ କରୁଥିବା ମୂଖ୍ୟ ରାସ୍ତା ଅବରୋଧ କରିଥିଲେ। ଯାହା ଫଳରେ ମୁଖ୍ୟ ରାସ୍ତାରେ ପ୍ରାୟ ୭ ଘଣ୍ଟା କାଳ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଥିଲା। ଖବର ପାଇ ବାତେଲିମା ସରପଞ୍ଚ କରୁଣା ମାଝୀ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଯାତାୟତ ସ୍ୱାଭାବିକ ହୋଇଥିଲା।

ପଞ୍ଚାୟତବାସୀଙ୍କ ଅଭିଯୋଗ ଅନୁସାରେ ବାତେଲିମା ପଞ୍ଚାୟତକୁ ୪ ଗୋଟି ଆର୍ ଡି ରାସ୍ତା ସଂଯୋଗ କରୁଥିବା ବେଳେ ବାତେଲିମା- ନିଆଳି,ବାତେଲିମା-କଂସାରୀ, ବାତେଲିମା-ସିନ୍ଧିବାହିଲି, ବାତେଲିମା-ଲାଞ୍ଜିଗଡ ସଂଯୋଗ କରୁଥିବା ଆର୍ ଡି ରାସ୍ତାଟି ବର୍ଷ ବର୍ଷ ଧରି ଶୋଚନୀୟ ଅବସ୍ଥାରେ ପଡ଼ି ରହିଛି। ଯାହା ଫଳରେ ପଞ୍ଚାୟତକୁ ଆମ୍ବୁଲାନ୍ସ ଯିବା କଷ୍ଟକର ହୋଇପଡ଼ିଥିବା ବେଳେ ଗୁରୁତର ରୋଗୀ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କୁ ଡାକ୍ତରଖାନା ନେବା ସମ୍ଭବ ହେଉନାହିଁ। ଏହାକୁ ନେଇ ବ୍ଲକ ,ଜିଲ୍ଲା ପ୍ରଶାସନ ଓ ରାଜନେତା ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳି ନଥିବା ଯୋଗୁଁ ଲୋକାମାନେ ରାସ୍ତା ଅବରୋଧ କରିଥିଲେ। ଆଗାମୀ ସାତ ଦିନ ମଧ୍ୟରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନ ନେଲେ ପୁଣି ରାଜରାସ୍ତାକୁ ଓଲ୍ଲାଇବା ସହିତ ବ୍ଲକ କାର‌୍ୟ୍ୟାଳୟରେ ଧାରଣା ଦେବାକୁ ଚେତାବନୀ ଦିଆଯାଇଛି ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories