www.samajalive.in
Sunday, December 14, 2025
26.1 C
Bhubaneswar

ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଭୁଟାନ ଗସ୍ତ, ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ଵ କରିବେ

ଭୁବନେଶ୍ୱର: ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର ଥିମ୍ପୁ ଠାରେ ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ହେଉଛି । ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଭାରତକୁ ପ୍ରତିନିଧିତ୍ୱ କରିବେ ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ ସିଂହଦେଓ ବର୍ତ୍ତମାନ ଓଡ଼ିଶାର ଦାଦନ ଶ୍ରମିକ ବିସ୍ଥାପନ ଟାସ୍କଫୋର୍ସର ଚେୟାରମ୍ୟାନ ଅଛନ୍ତି । ଏହି ପରିପ୍ରେକ୍ଷୀରେ ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ଶ୍ରୀ ସିଂହଦେଓ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ଏଥିରେ ଯୋଗଦାନ ଦାଦନ ଶ୍ରମିକ ଭଳି ସମସ୍ୟାର ସ୍ଥାୟୀ ସମାଧାନ ପନ୍ଥା, ନୀତି ନିରୂପଣ କରିବାରେ ବିଶେଷ ସହାୟକ ହେବ ।

- Advertisement -

ପ୍ରମୁଖ ଶାସନ ସଚିବ, ଶ୍ରମିକ ଓ କର୍ମଚାରୀ ରାଜ୍ୟ ବୀମା ଶ୍ରୀମତୀ ଚିତ୍ରା ଅରୁମୁଗମ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସହ ଉପସ୍ଥିତ ଅଛନ୍ତି । ଭୁଟାନ, ମଧ୍ୟପ୍ରାଚ୍ୟ ରାଷ୍ଟ୍ର, ଉତ୍ତର ଆଫ୍ରିକା, ଇଟାଲୀ, ଅଷ୍ଟ୍ରେଲିଆ, ଆରବ ଦେଶ, ଫିଲିପାଇନ୍ସ, ପପୁଆ ନିଉ ଗିନିଆ, ମାଳଦ୍ବୀପ, ଶ୍ରୀଲଙ୍କା, ନେପାଳ, ଜାମାଇକା, ବାଂଲାଦେଶରୁ ପ୍ରତିନିଧି, ବିଶ୍ଵବ୍ୟାଙ୍କର ପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ସମେତ ପ୍ରାୟ ୧୦୦ ଜଣ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories