www.samajalive.in
Saturday, December 6, 2025
23.1 C
Bhubaneswar

ଆସୁଛି ଦୁଇଟି ଲଘୁଚାପ, ନେଇପାରେ ବାତ୍ୟା ରୂପ!

ସମାଜ ଡିଜିଟାଲ ଡେସ୍କ: ଆସୁଛି ଦୁଇଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆବରସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ମେ ୨୧ ତରିଖ ଅର୍ଥାତ ଆସନ୍ତାକାଲି ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମେ ୨୨ବେଳକୁ ଏହା ଲଘୁଚାପ ରୂପ ନେଇ ଘନୀଭୂତ ହୋଇ ଉତ୍ତରକୁ ଗତି କରିପାରେ । ପରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

ସେହିପରି ମେ ୨୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ଆକଳନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଛି । ପଞ୍ଜାବରୁ ଉତ୍ତର ବାଂଲାଦେଶ ପର୍ଯ୍ୟନ୍ତ ପୂର୍ବରୁ-ପଶ୍ଚିମ ଯାଏଁ ଏକ ଟ୍ରଫ୍‍ ଲାଇନ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories