www.samajalive.in
Monday, December 8, 2025
27.1 C
Bhubaneswar

ସହିଦଙ୍କ ପରିବାର ପାଇଁ କେଉଁ ରାଜ୍ୟର କେତେ ସହାୟତା ରାଶି ଘୋଷଣା

ଜମ୍ମୁ ଓ କଶ୍ମୀରର ପୁଲୱାମାରେ ସହିଦ ଯବାନଙ୍କ ପରିବାର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି । ଏଭଳି ସ୍ଥିତିରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଜମ୍ମୁ-କାଶ୍ମରୀ ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ଜବଲପୁର ଜିଲାରେ ଅଶ୍ବିନୀ କୁମାର କାଛିଙ୍କ ପରିବାରକୁ ସର୍ବାଧିକ ଏକ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ଏହା ସହ ସହିଦଙ୍କ ପରିବାରଙ୍କୁ ଏକ ବାସଭବନ ସହ ପରିବାର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ପ୍ରଦାନ କରାଯିବ । ମଧ୍ୟପ୍ରଦେଶ ବ୍ୟତୀତ ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରଖଣ୍ଡ, ରାଜସ୍ଥାନ, ହିମାଚଳ ପ୍ରଦେଶ, ଆସାମ, ମହାରାଷ୍ଟ୍ର, ତେଲଙ୍ଗାନା, ପଞ୍ଜାବ, ଗୁଜରାଟ ଏବଂ ଓଡିଶା ସରକାର ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି ।

କେଉଁ ରାଜ୍ୟର କେତେ ସହାୟତା ରାଶି

- Advertisement -

ଓଡିଶା : ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ ।
ଉତ୍ତର ପ୍ରଦେଶ : ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ସହ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ।
ଉତ୍ତରାଖଣ୍ଡ : ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ସହ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ।
ରାଜସ୍ଥାନ : ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ସହ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ।
ମଧ୍ୟପ୍ରଦେଶ : ଏକ କୋଟି ଟଙ୍କା ସହାୟତା ରାଶି ପ୍ରଦାନ ଓ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ।
ହିମାଚଳ ପ୍ରଦେଶ : ସହିଦଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ।
ଆସାମ : ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ।
ପଞ୍ଜାବ : ୧୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଓ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ।
ମହାରାଷ୍ଟ୍ର : ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ।
ତେଲଙ୍ଗାନା : ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ।
ଗୁଜରାଟ : ୧୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories