www.samajalive.in
Sunday, December 14, 2025
26.1 C
Bhubaneswar

ମଞ୍ଚେଶ୍ୱରରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ପୁଲିସର ଛାନଭିନ

ଭୁବନେଶ୍ୱର: ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଅଜଣା ଦୁର୍ବୁତ୍ତ ଦୁଇ ଗୋଡ ଓ ଦୁଇ ହାତକୁ ହାଣି ଦେଇଛନ୍ତି। ଏହାସହିତ ଶରୀରର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ପ୍ରବଳ ରକ୍ତସ୍ରାବ ହୋଇଥିବାବେଳେ ଯୁବକ ଜଣକୁ ଅତି ଗୁରୁତର ଭାବେ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି।

ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର ପରେ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ଘଟଣାସ୍ଥଳରେ ଚପଲ ସହ ରକ୍ତର ଛିଟା ପଡ଼ିଥିବାବେଳେ ପୁଲିସ ଛାନଭିନ ଜାରି ରଖିଛି। ଯୁବକଙ୍କ ବୟସ ପ୍ରାୟ ୨୨ ବର୍ଷ ବୋଲି ଅନୁମାନ କରାଯାଉଥିବାବେଳେ ତାଙ୍କୁ କ’ଣ ପାଇଁ ଆକ୍ରମଣ କରାଯାଇଛି ତାହାର କାରଣ ଜଣାପଡ଼ିନାହିଁ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories