www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ୱରରେ ପହଞ୍ଚିଲା ଦୁଇ ସହିଦଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର : ଜମ୍ମୁ ଓ କାଶ୍ମୀରର ପୁଲୱାମାରେ ସହିଦ ହୋଇଥିବା ଦୁଇ ଓଡିଆ ଯବାନଙ୍କ ପାର୍ଥିବ ଶରୀର ଶନିବାର ଦିନ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛି । ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଯବାନଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର ଅଣାଯାଇଛି । ସିଆରଏଫ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି । ଶେଷ ଦର୍ଶନ ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି । ବରିଷ୍ଠ ପୁଲିସ ଅଧିକାୀଙ୍କ ସହ, ବିଧାୟକ ଓ ମନ୍ତ୍ରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବେ ।। ପୁଲିସ ପକ୍ଷରୁ ଦୁଇ ସହିଦଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯିବ । ଏହା ପରେ ସହିଦ ଯବାନଙ୍କ ପାର୍ଥିବ ଶରୀରକୁ  ସ୍ବତନ୍ତ୍ର ଗାଡି ଯୋଗେ ଜନ୍ମମାଟିକୁ ନିଆଯିବ । ସହିଦ ପ୍ରସନ୍ନ କୁମାର ସାହୁଙ୍କ ପାର୍ଥିବ ଶରୀରକୁ ଜଗତସିଂହପୁର ନାଉଗାଁ ଓ ମନୋଜ କୁମାର ବେହେରାଙ୍କ ପାର୍ଥିବ ଶରୀରକୁ କଟକ ନିଆଳି ରତନପୁରକୁ ନିଆଯିବ। ସେମାନଙ୍କ ଶେଷକୃତ୍ୟରେ କେନ୍ଦ୍ର ମନ୍ତ୍ରୀମଣ୍ଡଳର ସଦସ୍ୟ ସାମିଲ ହେବେ। ଜଗତସିଂହପୁରର ସହିଦ ପ୍ରସନ୍ନ କୁମାର ସାହୁଙ୍କ ଘରକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯିବାର କାର୍ୟ୍ୟକ୍ରମ ରହିଥିବା ବେଳେ ଓ କଟକ ନିଆଳିର ସହିଦ ମନୋଜ କୁମାର ବେହେରାଙ୍କ ଘରକୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଯାଇ ଶେଷକୃତ୍ୟରେ ସାମିଲ ହେବେ​‌ ବୋଲି ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories