www.samajalive.in
Sunday, December 14, 2025
16.1 C
Bhubaneswar

ଅବକାରୀ ବିଭାଗ ଚଢାଉବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ

ରାଜଗାଙ୍ଗପୁର: ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ।  ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ମାଲିଡିହି କରଲାକାନୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦେଶୀ ମଦ କାରବାର ଚାଲିଥିବାବେଳେ ମଦ ଭାଟି କର୍ମଚାରୀଙ୍କ ଉପରେ ଚଢଉ କଲା ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍। ମଦ ଭାଟି କର୍ମଚାରୀଙ୍କୁ ଦେଖି ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଆକ୍ରମଣ କଲେ ଗ୍ରାମବାସୀ। ଏଥିରେ ୫ ଜଣ ଭାଟି କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ରାଜଗାଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ତାଙ୍କୁ ରାଉରକେଲା ଆଇଜିଏଚ୍ କୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଘଟଣାକୁ ନେଇ ଅବକାରୀ ବିଭାଗ ପକ୍ଷରୁ ରାଜଗାଙ୍ଗପୁର ଥାନାରେ ଏତଲା ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories