www.samajalive.in
Sunday, December 7, 2025
14.1 C
Bhubaneswar

ଅଗ୍ନିକାଣ୍ଡରେ ୨ ବଖରା ଘର ଭସ୍ମୀଭୂତ, ୩ ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲା ଲକ୍ଷ୍ମୀଧରପୁର ଗାଁରେ ଅଘଟଣ ଘଟିଛି । ଗ୍ୟାସ୍ ଲିକ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ଭସ୍ମୀଭୂତ ହେବ ସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣାରୁ ପ୍ରକାଶ ଯେ ଗାଁର କାମିନୀ ନାଏକଙ୍କ ଘରକୁ କୁଣିଆ ଆସିଥିବା ବେଳେ ତାଙ୍କ ଝିଅ ମିନତୀ  ଗ୍ୟାସରେ ରୋଷେଇ କରୁଥିଲେ । ତେବେ କୌଣସି କାରଣ ବଶତଃ ହଠାତ୍ ଗ୍ୟାସ୍ ଲିକ୍ ହେବା ସହ ନିଆଁ ଲାଗି ଯାଇଥିଲା । ଦେଖୁ ଦେଖୁ ନିଆଁ ଭୟାଭୟ ରୂପ ନେଇଥିଲା । ଏହି ସମୟରେ ଘରେ ଥିବା ୩ ଜଣ ବ୍ୟକ୍ତି ଘରୁ ବାହାରି ପାରି ନଥିବା ବେଳେ ପଡୋଶୀମାନେ ଆସି ସେମାନଙ୍କୁ ଉଦ୍ଧାର କରିଥିଲେ । ଗୁରୁତର ଆହତ ଅବସ୍ଥାରେ ୩ ଜଣଙ୍କୁ ଉଦ୍ଧାର କରାଯାଇ ଅନୁଗୁଳର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଛି । ବ୍ଲକ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories