www.samajalive.in
Sunday, December 14, 2025
17.1 C
Bhubaneswar

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ନୀତି ନିର୍ଘଣ୍ଟ, ରାତି ୧୨.୫୦ରୁ ୩ଟା ମଧ୍ୟରେ ପଡ଼ିବ ହସ୍ତଗଣ୍ଠି

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଏହି ନୀତି ନିର୍ଘଣ୍ଟ ଅନୁଯାୟୀ ୩୦ ତାରିଖ ରାତି ୧୨.୫୦ରୁ ୩ଟା ମଧ୍ୟରେ ହସ୍ତଗଣ୍ଠି ପଡ଼ିବ। ଠାକୁର ରାତି ୧୦ଟା ୪୦ରୁ ୧୧.୩୦ ମଧ୍ୟରେ ବିମାନରେ ବିଜେ କରିବେ। ବିମାନରେ ବିଜେ କରି କେଦାରଗୌରୀ ମନ୍ଦିରରେ ପହଞ୍ଚିବେ। ରାତି ୧୨.୫୦ରୁ ୩ଟା ମଧ୍ୟରେ ହସ୍ତଗଣ୍ଠି ପଡ଼ିବ। ପଅରଦିନ ମନ୍ଦିର ଫେରିବେ ୩୧ ତାରିଖ ରାତି ୯.୩୦ରେ ମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।

ଶୀତଳତାର ସଂକେତ ବହନ କରୁଥିବା ଶିବ ପାର୍ବତୀଙ୍କ ବିବାହ ଉତ୍ସବକୁ ‘ଶୀତଳ ଷଷ୍ଠୀ କୁହାଯାଏ । ମହାପ୍ରଭୁଙ୍କର ଚନ୍ଦନ ଯାତ୍ରାର ପରିସମାପ୍ତି ପରେ ପରେ ଶୀତଳ ଷଷ୍ଠୀ ବେଳକୁ ମେଘମହ୍ଲାର  ଆକାଶର ଅପରୂପ ସୌନ୍ଦର୍ଯ୍ୟ ସାଙ୍ଗକୁ ଧରାପୃଷ୍ଠ ଶୀତଳ ପରିବେଶ ସୃଷ୍ଟି କରିଥାଏ।

- Advertisement -

ଜ୍ୟେଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ଶିବ ପାର୍ବତୀଙ୍କର ବିବାହ ଉତ୍ସବ ଏବଂ ତା’ପର ଦିନ ଆମ ଦୈନନ୍ଦିନ ଜୀବନରେ ଯେପରି ବିବାହ କାର୍ଯ୍ୟ ସମ୍ପାଦନ କରାଯାଏ, ଠିକ୍ ସେହିପରି ବୈଦିକ ରୀତିରେ ଶିବଙ୍କ ସହିତ ମାତା ସତୀଙ୍କ ବିବାହ ଅନୁଷ୍ଠିତ ହୋଇଥାଏ । ହିନ୍ଦୁ ରାତିନୀତି ଅନୁସାରେ ଜନ୍ୟା ଅନ୍ଵେଷଣ, ନିର୍ବନ୍ଧ, ବିବାହ ପାଇଁ ନିମନ୍ତ୍ରଣ ପତ୍ର ବଣ୍ଟନ, ମହା ଆଡ଼ମ୍ବରରେ ବରଯାତ୍ରୀ ଆଗମନ, ବୈଦିକ ରାତିରେ ବେଦିରେ ଦେବଦମ୍ପତିଙ୍କ ବିବାହ, କନ୍ୟା ପିତାମାତାଙ୍କ କନ୍ୟାଦାନ ଓ ଯାନିଯୌତୁକ ସହିତ କନ୍ୟା ବିଦାୟ ଆଦି କାର୍ଯ୍ୟ ସମ୍ପନ୍ନ କରାଯାଏ।

କିଛି ଲକ୍ତ ମା’ ପାର୍ବତୀଙ୍କ ମା’ ବାପା ହୁଅନ୍ତି ଓ ଆଉ କିଛି ଭକ୍ତ ପ୍ରଭୁ ଶିବ ଶଙ୍କରଙ୍କର ମା’ ବାପା ହୋଇ ଉଭୟଙ୍କର ବିବାହ କାର୍ଯ୍ୟ ସଂପନ୍ନ କରନ୍ତି। ସାଧାରଣ ବାହାଘର ପରି ପାରମ୍ପରିକ ରୀତିରେ ପ୍ରଭୁ ଶଙ୍କରଙ୍କୁ ବରଯାତ୍ରୀଙ୍କ ସହିତ ଆଡ଼ମ୍ବର ସହକାରେ ମାତା ପାର୍ବତୀଙ୍କ ଘରକୁ ନେଇ ବୈଦିକ ରୀତିରେ ବିବାହ କରାଯାଏ। ଶ୍ରୀଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା ଧୁମଧାମରେ ପାଳନ କରାଯାଏ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories