www.samajalive.in
Monday, December 15, 2025
16.1 C
Bhubaneswar

ବଦଳିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦେଶକ

ଭୁବନେଶ୍ୱର: ବଦଳିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ। ଓଡ଼ିଶା ପ୍ରଶାସନିକ ସେବା(ଓଏଏସ)ର ବରିଷ୍ଠ ଅଧିକାରୀ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି। ପିଏମ ପୋଷଣ ଏବଂ ଏମଏମ ପୋଷଣର ରାଜ୍ୟ ନୋଡାଲ ଅଫିସର ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ ବଦଳି କରାଯାଇଛି।

ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ କରିଛନ୍ତି। ସୂଚନା ଓ ଲୋକ ସମ୍ପର୍କ ନିର୍ଦେଶକ ଦେବପ୍ରସାଦ ଦାଶଙ୍କ ସ୍ଥାନରେ ବରିଷ୍ଠ ଓଏଏସ୍ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ଅବସ୍ଥାପିତ କରାଯାଇଛି। ଶ୍ରୀ ଦାଶଙ୍କୁ ଗତ ଏପ୍ରିଲ ୨୨ ତାରିଖରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ଵ ମିଳିଥିଲା। ମାସେ ପରେ ସରକାର ତାଙ୍କୁ ହଟାଇ ଜଣେ ପୂର୍ଣ୍ଣକାଳୀନ ନିର୍ଦେଶକଙ୍କୁ ନିଯୁକ୍ତି ଦେଇଛନ୍ତି ।

- Advertisement -

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜା ଜାରି ବିଜ୍ଞପ୍ତି ଅନୁସାରେ, ପିଏମ୍ ପୋଷଣ ପାଷଣ( ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ)ର ରାଜ୍ୟ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟରତ ଶ୍ରୀ ଦାସ ପଟ୍ଟନାୟକଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଭାବେ ବଦଳି କରାଯାଇଛି। ସେହିଭଳି ସ୍ନାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ଵତନ୍ତ୍ର ସଚିବ ସୁରେନ୍ଦ୍ର କୁମାର ପଣ୍ଡାଙ୍କୁ ପିଏମ୍ ପୋଷଣ କାର୍ଯ୍ୟକ୍ରମର ରାଜ୍ୟ ନୋଡାଲ ଅଧିକାରୀ ଭାବେ ବଦଳି କରାଯାଇଛି। ଟାଙ୍ଗୀର ପୂର୍ବତନ ତହସିଲଦାର ଓଏଏସ୍ ମିତାଲି ପାତ୍ରଙ୍କୁ ବାରିପଦା ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରଶାସନିକ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଗୁଣୁପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଓଏଏସ୍ ଅଜୟ କୁମାର ପ୍ରଧାନଙ୍କ ବଦଳି ବାତିଲ କରି ରି ତାଙ୍କୁ ତାଙ୍କୁ ସେଠାରେ କାର୍ଯ୍ୟ କରିବାକ ଅନୁମତି ଦିଆଯାଇଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories