www.samajalive.in
Sunday, December 14, 2025
17.1 C
Bhubaneswar

ଖଣି ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, ସୁନ୍ଦରଗଡ଼ ଖଣି ଦୁର୍ନୀତିର ତଦନ୍ତଭାର ଗଲା ଭିଜିଲାନ୍‍ସ ହାତକୁ

ଭୁବନେଶ୍ୱର:ସୁନ୍ଦରଗଡ଼ ଜିଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ୍ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିନିମନ୍ତେ ଭିଜିଲାନ୍‍ସ ପକ୍ଷରୁ ଏକ ଏସଆଇଟି ଗଠନ କରାଯାଇଛି।

ପୂର୍ବରୁ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀ ମାନଙ୍କ ସହ ଉକ୍ତ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତ କରି ରିପୋର୍ଟ ସଂଗ୍ରହ କରିବା ସହ ଏଥି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଦୁର୍ନୀତି ବିରୋଧରେ ବିଶେଷକରି ଖଣିଦୁର୍ନୀତି ସମ୍ପର୍କରେ ସବୁବେଳେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଆସିଛନ୍ତି।

- Advertisement -

ଖଣି ଦୁର୍ନୀତିର ମୁଳୋତ୍ପାଟନ କରାଯିବ ବୋଲି ସେ ବାରମ୍ୱାର କହି ଆସିଛନ୍ତି । ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଭିଜିଲାନସକୁ ନିର୍ଦ୍ଦେଶ ଦେଇଛନ୍ତି।

ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ଜେନା ମଧ୍ୟ ଏହି ଘଟଣାକୁ ଗୁରୁତର ସହ ଗ୍ରହଣ କରିବା ସହ ଦୋଷୀ ଯେ କେହିବି ହୋଇ ଥାନ୍ତୁ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁସାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

ସୂଚନାଯୋଗ୍ୟ ଯେ ସୁନ୍ଦରଗଡ ଜିଲ୍ଲା ହେମଗିରି ତହସିଲରେ ୨୨ଟି ଖଣିରୁ ବେଆଇନ ଭାବେ ୯୮୪୩ ମେଟ୍ରିକ ଟନ୍‍ରୁ ଉର୍ଦ୍ଧ୍ୱ ପରିମାଣର କୋଇଲା ଉତ୍ତୋଳନ କରାଯାଇଥିବା ନଜରକୁ ଆସିଛି। ଯାହାର ଆନୁମାନିକ ମୁଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ। ଏହି ଖଣିଗୁଡ଼ିକ ମଧ୍ୟରୁ ୧୪ଟି ଖଣି ଗୋପାଳପୁର ଗ୍ରାମରେ, ୩ଟି ରତ୍ନସୋରା ଗ୍ରାମରେ ଏବଂ ୫ଟି ଭୋଗରାକଚର ଗ୍ରାମରେ ଅବସ୍ଥିତ। ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି। ଏଥିସହିତ ହେମଗିରିର ଜାମଖାନି ସରଂକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗ୍ରାମରେ ବେଆଇନ ଭାବେ କୋଇଲା ଗଚ୍ଛିତ କରାଯିବାର ସୂଚନା ମିଳିଛି।

ସେହିପରି କୋଇଡା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା ସାନପୁଟୁଳି, କୋଲମଙ୍ଗ ଏବଂ ରୁସିବେଣୁଆ ଠାରେ ୫୦ଟି ବେଆଇନ ମାଙ୍ଗାନିଜ୍‍ ଏବଂ ଲୌହ ଉତ୍ତୋଳନ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍‍ ଓ ଲୁହା ପଥର ଉତ୍ତୋଳନ କରାଯାଉଥିବାର ନଜରକୁ ଆସିଛି।

ଏହି ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡା ଗ୍ରାମରେ, ୧୦ଟି ମାଲଦା ଗ୍ରାମରେ, ୨୦ଟି କୋଲମଙ୍ଗ ଗ୍ରାମରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗ୍ରାମରେ। ଏସବୁ ଖଣି ଗୁଡ଼ିକରୁ ୨୦ ହଜାର ମେଟ୍ରିକ ଟନରୁ ଉର୍ଦ୍ଧ୍ୱ ମାଙ୍ଗାନିଜ ଓର୍‍ ଏବଂ ୧୨୦୦ ମେଟ୍ରିକ ଟନ୍‍ରୁ ଉର୍ଦ୍ଧ୍ୱ ପରିମାଣର ଆଇରନ ଓର୍‍ ବେଆଇନ ଭାବେ ଉତ୍ତୋଳନ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୭ କୋଟିରୁ ଅଧିକ ଟଙ୍କା ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories