www.samajalive.in
Sunday, December 7, 2025
26.1 C
Bhubaneswar

ଗାଡି ଓଲଟି ୭ ଗୁରୁତର

ଧର୍ମଗଡ : ଟେଣ୍ଟ ଜିନିଷ ନେଇ ଯାଉଥିବା ଏକ ୪୦୭ ଭ୍ୟାନ ଓଲଟି ପଡିବାରୁ ୭ ଜଣ ଆହତ ହୋଇଛନ୍ତି। ତନ୍ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଗୁରୁତରମାନଙ୍କୁ ଭବାନିପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନାନୁଯାୟୀ ଏକ ୪୦୭ଭ୍ୟାନ ଟେଣ୍ଟ ଜିନିଷ ନେଇ କିର୍କାକାନିରୁ ଛତିଶଗଡ ଯାଉଥିଲାବେଳେ କିର୍କାକାନି ଗାଁ ପାଖରେ ଗାଡି ଓଲଟି ପଡିଥିଲା। ଫଳରେ ଗାଡିରେ ଥିବା ଟେଣ୍ଟ ବାଳକ ମଧୁରାମ ନାଏକ,ରୋହି ମାଝି,ପ୍ରଦିପ୍ତ ମାଝି,ଟିଣ୍ଟୁ ମାଝି,ଅମିତ ମାଝି,ଅରୁଣ ମାଝି,ବିସନାଥ ମାଝି ଗୁରୁତର ଆହତ ହୋଇଥିଲେ। ଏମାନଙ୍କ ମଧ୍ୟରୁ ରୋହିତ ମାଝି ,ବିସନାଥ ମାଝିଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଏମାନଙ୍କୁ ଭବାନିପାଟଣା ସ୍ଥାନାନ୍ତର କରାଯାଇଛି। ଧର୍ମଗଡ ପୁଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories