www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଲଘୁଚାପ: ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ମଙ୍ଗଳବାର ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା ବିଶେଷକରି ଦକ୍ଷିଣ ଭାଗରେ ବର୍ଷା ପରିମାଣ ବୃଦ୍ଧି ପାଇବ। ଏହି ସମୟରେ ପବନର ବେଗ ୪୫ କି.ମି ମଧ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନା ଅନୁସାରେ, ମଙ୍ଗଳବାର ରାଜ୍ୟର କିଛି ଜିଲାରେ ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହୋଇପାରେ। ବୁଧବାର ଦିନ ବର୍ଷା ଓ ପବନର ବେଗ ବୃଦ୍ଧି ପାଇବ। କୋରାପୁଟ ଓ ରାୟଗଡ଼ା ସମେତ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ନୂଆପଡ଼ା ଜିଲା ପ୍ରଭାବିତ ହୋଇପାରେ। ଏହି ଦିନ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି। ଆଗାମୀ ୩୦ ତାରିଖ ଯାଏ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି। ଆଜି ସକାଳୁ ସନ୍ଧ୍ୟା ମଧ୍ୟରେ ରାୟଗଡ଼ାରେ ସର୍ବାଧିକ ୪୭ ମିଲିମିଟର ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡିରେ ୨୮ ମି.ମି, କୋରାପୁଟରେ ୨୦.୬ ମି.ମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟାନ୍ୟ ଜିଲାରେ ସ୍ବଳ୍ପ ବର୍ଷା ହୋଇଛି। ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ବର୍ଷା ସହ ପବନ ହେବାକୁ ଥିବାରୁ ୨୯ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବା ଲାଗି ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories