www.samajalive.in
Friday, December 5, 2025
27.1 C
Bhubaneswar

ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଛି ଚୂଡାନ୍ତ ରାୟ । ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ରାୟ ଶୁଣାଇଛନ୍ତି ପାଟଣାଗଡ ଏଡିଜେ କୋର୍ଟ । ଦୀର୍ଘ ବର୍ଷ ପରେ ମାମଲାରେ ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ ଶୁଣାଇବା ସହ ୫୦ହଜାର ଟଙ୍କା ଜୋରମାନା ଦେବାକୁ ନିର୍ଦେଶ ଦେଇଛନ୍ତି । ଘଟଣାର ୭ବର୍ଷ ପରେ ଆସିଛି ଚୂଡାନ୍ତ ରାୟ । ଜୀବନ ଥିବା ପର୍ଯ୍ୟନ୍ତ ଜେଲରେ ରହିବେ ପୁଞ୍ଜିଲାଲ ମେହେର ।

୧୮ଫେବ୍ରୁଆରୀ ୨୦୧୮ ମସିହାରେ ପାଟଣାଗଡରେ ସୌମ୍ୟଶେଖର ଓ ରିମାଙ୍କ ବିବାହ ହୋଇଥିଲା । ୨୩ ତାରିଖରେ ବିବାହ ଭୋଜି ନେଇ ମିଳିଥିବା ଉପହାର ଖୋଲିବା ବେଳେ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏଥିରେ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଜେଜେ ମା ମଧ୍ୟ ପ୍ରାଣ ହରାଇଥିଲେ । ଏଥିରେ ସୌମ୍ୟଙ୍କ ସ୍ତ୍ରୀ ରିମା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଳେ । ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା । ଭଇଁଷା କଲେଜ ଅଧ୍ୟକ୍ଷା ତଥା ସୌମ୍ୟଶେଖରଙ୍କ ମା ସଂଯୁକ୍ତା ସାହୁଙ୍କ ସହ ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ରକରି ଅଧ୍ୟାପକ ପୁଞ୍ଜିଲାଲ ପୁରା ଯୋଜନା ପ୍ରସ୍ତୁତ କରିଥିଲେ । ନିଜେ ବୋମା ତିଆରି କରି କୋରିୟର୍‍ ସଂସ୍ଥା ଜରିଆରେ ସଂଯୁକ୍ତାଙ୍କ ଘରକୁ ପଠାଇଥିଲା । ଆଉ ପାର୍ସଏ ଖୋଲିବା ପରେ ହୋଇଥିବା ବିସ୍ଫୋରଣ ପୁଅ ଓ ଶାଶୁଙ୍କୁ ହରାଇଥିଲେ ସଂଯୁକ୍ତା ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories