ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ମଲକାନି ଘାଟିର ବେଡ଼ଦାପଦର ଛକରେ ମଙ୍ଗଳବାର ସନ୍ଧ୍ୟା ସମୟରେ ଏକ ବାଇକ୍ ସହ ମୋପେଡ ମୁହାମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ଖଲିବେରଣା ଗ୍ରାମର ହେମନ୍ତ ଭୋଇ(୪୦) ବୋଲି ଜଣା ପଡିଥିବା ବେଳେ ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳି ପାରିନାହିଁ ।
ସୂଚନା ପ୍ରକାରେ ଖଲିବେରେଣା ଗାଁର ହେମନ୍ତ ଛେଳି ଖୋଜିବାକୁ ଯାଇ ଏକ ମୋପେଡରେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବାଇକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ପ୍ରଥମେ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ହେମନ୍ତଙ୍କୁ ମୃତ ଘୋଷଣା କରିଛନ୍ତି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମୋପେଡ – ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
Popular Categories



