www.samajalive.in
Friday, December 12, 2025
16.1 C
Bhubaneswar

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଡେସ୍କ: ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ମହିଳାଙ୍କ ସଶକ୍ତିକରଣ ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ୨୫ଟି ରାଜ୍ୟରୁ ଆସିଥିବା ଲକ୍ଷପତି ଦିଦିଙ୍କୁ ସ୍ବାଗତ କରି କହିଛନ୍ତି, ମହିଳାମାନେ ଏକ ପ୍ରଗତିଶୀଳ ସମାଜର ଆଧାର ଅଟନ୍ତି। ଦେଶର ତୃଣମୂଳ ସ୍ତରରେ ପରିବର୍ତ୍ତନ ଆଣିବାରେ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମାତ୍ର ଏକ ବର୍ଷ ମଧ୍ୟରେ ରାଜ୍ୟରେ ୧୬ ଲକ୍ଷ ୪୦ ହଜାର ଲକ୍ଷପତି ଦିଦି ସୃଷ୍ଟି ହୋଇଛନ୍ତି ଏବଂ ଲକ୍ଷପତି ଦିଦି ସୃଷ୍ଟି କ୍ଷେତ୍ରରେ ଓଡ଼ିଶା ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ କେବଳ ଜନକଲ୍ୟାଣକାରୀ ଯୋଜନା ନୁହେଁ, ବରଂ ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି ଅଟେ। ମହିଳା ସଶକ୍ତିକରଣ ମାତ୍ର ଏକ ସ୍ଲୋଗାନ ନୁହେଁ, ଦେଶର ଅଧା ଜନସଂଖ୍ୟା ପ୍ରତି ଆମର ପ୍ରତିବଦ୍ଧତା ଅଟେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟରେ ମହିଳାଙ୍କୁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି। ଏଯାବତ୍ ମୋଟ ୧୭ ହଜାର ୫୦୦ କୋଟି ଟଙ୍କାର ଋଣ ମହିଳାଙ୍କୁ ପ୍ରଦାନ କରାଯାଇଛି ଯାହା ଲକ୍ଷପତି ଦିଦି ସୃଷ୍ଟି ରେ ସହାୟକ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲକ୍ଷପତି ଦିଦିଙ୍କ ଉପରେ ଆଧାରିତ କଫି ଟେବୁଲ୍ ବୁକର ଉନ୍ମୋଚନ କରିଛନ୍ତି।

ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟର ମହିଳାମାନଙ୍କ ସଶକ୍ତିକରଣ ପାଇଁ ମୂଖ୍ୟମନ୍ତ୍ରୀ ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories