www.samajalive.in
Saturday, December 6, 2025
26.1 C
Bhubaneswar

ସିକ୍କିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ, ପଠାଇଲେ ସ୍ବତନ୍ତ୍ର ଟିମ୍

ଭୁବନେଶ୍ୱର: ସିକ୍କିମର ତିସ୍ତା ନଦୀରେ ଏକ ପର୍ଯ୍ୟଟକ ବସ୍ ବହୁ ଗଭୀରକୁ ଖସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ରେ ଓଡ଼ିଶାର ଅନେକ ଯାତ୍ରୀ ଥିବା ଜଣାପଡ଼ିଛି। ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ବସ୍‌ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକ୍କିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଓଡ଼ିଶା ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ସିକ୍କିମର ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ବର୍ତ୍ତମାନସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି। ଏଥିସହ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ୯ ଜଣ ଯାତ୍ରୀ ଏବେବି ନିଖୋଜ ଅଛନ୍ତି।

Hot this week

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

Related Articles

Popular Categories