www.samajalive.in
Thursday, December 11, 2025
18.1 C
Bhubaneswar

କନ୍ଧମାଳରେ ବିଧାନସଭାର ପଞ୍ଚମ ସ୍ଥାୟୀ କମିଟି

ଫୁଲବାଣୀ: ଓଡିଶା ବିଧାନସଭାର ବିଭାଗ ସମ୍ବନ୍ଧିତ ପଞ୍ଚମ ସ୍ଥାୟୀ କମିଟି ବିଧାୟକ ବିଭୁତି ଭୁଷଣ ପ୍ରଧାନଙ୍କ ନେତୃତ୍ୱରେ ତିନି ଦିନିଆ କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନରେ ଆସିଛନ୍ତି। ଏହି କ୍ରମରେ ପ୍ରଥମେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଖଜୁରୀପଡ଼ା, ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଦୁତିପଡ଼ା ଏବଂ ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ଚିକିତ୍ସାଳୟ ଏବଂ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ୟା ଓ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ଜିଲ୍ଲାର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସୁଦୃଢ଼ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଫିରିଙ୍ଗିଆ ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ନୁଆଗାଁ ପରିଦର୍ଶନ କରି ଦାରିଙ୍ଗବାଡି ଗସ୍ତ କରିଛନ୍ତି।

କାର୍ଯ୍ୟକ୍ରମରେ କମିଟିର ସଦସ୍ୟ ବିଧାୟକା ସୀମାରାଣୀ ନାୟକ, ବିଧାୟକ ପ୍ରସାନ୍ତ ବେହେରା, ବିଧାୟକ ଉମା ଚରଣ ମଲ୍ଲିକ, ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବିଧାୟକ ହିମାଂଶୁ ଶେଖର ସାହୁ, ବିଧାୟକ ଡ଼ଃ ଫକିର ମୋହନ ନାଏକ, ବିଧାୟକ ଗୋୖତମ ବୁଦ୍ଧ ଦାସ, ବିଧାୟକ ରୁପେଶ କୁମାର ପାଣିଗ୍ରାହୀ, ବିଧାୟକ ସତ୍ୟଜିତ ଗୋମାଙ୍ଗଙ୍କ ସମେତ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ୍, ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) କୁଶଳ ଚନ୍ଦ୍ର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଉପ ଜିଲ୍ଲାପାଳ ଭିକାରୀ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅକ୍ଷୟ କୁମାର ସେଠୀ, ବିଭିନ୍ନ ବିଭାଗର ଅଧିକାରୀ, ସରକାରୀ କର୍ମଚାରୀ ଆଦି ଉପସ୍ଥିତ ଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories