www.samajalive.in
Thursday, December 11, 2025
18.1 C
Bhubaneswar

ଏସିଡ ଆକ୍ରମଣ ମାମଲାରେ ଅଭିଯୁକ୍ତଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ: ଏକ ଏସିଡ ଆକ୍ରମଣ ମାମଲାର ଶୁଣାଣି କରି ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥି ସହିତ ଦୋଷୀକୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ପଟାବାଲି ସାହିର ପ୍ରମୋଦ କୁମାର ସାହୁ (୬୦)।

ଘଟଣା ଅନୁଯାୟୀ, ଗତ ୨୦୨୩ ଡିସେମ୍ବର ୨୮ ତାରିଖରେ ଫୁଲବାଣୀ ସାହିର ସୁରଜ କୁମାର ମହାନ୍ତି ସ୍ଥାନୀୟ ଶଶି ପାନ ଦୋକାନ ଛକଠାରେ ଠିଆ ହୋଇଥିବାବେଳେ ଅଭିଯୁକ୍ତ ପ୍ରମୋଦ ତାଙ୍କ ଉପରକୁ ଏସିଡ ଫିଙ୍ଗିଥିଲା। ଏ ଖବର ପାଇ  ସୁରଜଙ୍କ ବାପା କୃଷ୍ଣଚନ୍ଦ୍ର ମହାନ୍ତି ଘଟଣା ସ୍ଥଳରେ ପହଁଚିବାରୁ ଅଭିଯୁକ୍ତ ତାଙ୍କ ଉପରକୁ ମଧ୍ୟ ଏସିଡ ମାଡ କରିଥିଲା। ଏସିଡ ମାଡ଼ରେ ଗୁରୁତର ବାପା ଓ ପୁଅଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଅଭିଯୁକ୍ତକୁ କାବୁ କରି ପୁଲିସ ଜିମା ଦେଇଥିଲେ। ଟାଉନ ଥାନା ପୁଲିସ ଏହି ଘଟଣାରେ ଏକ ମାମଲା(୩୨୯/୨୩) ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଶୁକ୍ରବାର ଏହି ମାମଲାର ଶୁଣାଣି କରି ଅତିରିକ୍ତ ଜିଲ୍ଲା ଦୌରାଜଜ୍ ପ୍ରୀତିଶ କୁମାର ରାଉତରାୟ ୧୭  ଜଣ ସାକ୍ଷୀ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତି କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ଅତିରିକ୍ତ ସରକାରୀ ଓକିଲ ଶିବପ୍ରସାଦ ତ୍ରିପାଠୀ ପରିଚାଳନା କରୁଥିଲେ।

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories